www.samajalive.in
Monday, December 15, 2025
17.1 C
Bhubaneswar

ଆସୁଛି ବାତ୍ୟା ‘ଦାନା’; ୩ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର- ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଲୋକସେବା ଭବନରେ ବାତ୍ୟା ମୁକାବିଲାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମୀକ୍ଷା କରିବା ପରେ ପ୍ରେସମିଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ୧୧ଟି ଜିଲାର ୩୮ବ୍ଲକ, ୯ଟି ପୌରାଞ୍ଚଳ ପ୍ରଭାବିତ ହୋଇପାରେ। ମୋଟ ୧୬୫୩ଗାଁ ପ୍ରଭାବିତ ହେବା ଆକଳନ କରାଯାଇଛି। ଏହି ସବୁ ଗାଁରୁ ୩ଲକ୍ଷ ୬୨ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ଏଯାବତ ପ୍ରଶଶସନ ଦ୍ୱାରା ୩ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ କଣ୍ଟ୍ରୋଲ ରୁମ ୨୪ଘଣ୍ଟା କାର୍ଯ୍ୟ କରିବା ସହ ସ୍ଥିତି ଉପରେ ନଜର ରଖିଛନ୍ତି। ଜରୁରୀକାଳିନ ଯୋଗାଯୋଗ, ବାତ୍ୟା ପରବର୍ତ୍ତୀ ପଦକ୍ଷେପ ପାଇଁ ପ୍ରସ୍ତୁତ ରହିବା ସହ ‘ଜିରୋ କାଜୁଆଲିଟି’କୁ ଆଧାର କରି କାମ କରାଯାଉଛି। ବରିଷ୍ଠ ଅଧିକାରୀଙ୍କୁ ପ୍ରଭାବିତ ଅଞ୍ଚଳର ଦାୟିତ୍ୱ ଦିଆଯାଇଛି। ସମ୍ପୃକ୍ତ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଡ଼ାକ୍ତର ଦଳକୁ ମଧ୍ୟ ମୁତୟନ କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ, ବିଦ୍ୟୁତ ଯୋଗାଣ, ମେଡ଼ିକାଲ ସହାୟତା ପାଇଁ ସରକାର ଧ୍ୟାନ ଦେଉଛନ୍ତି। ଏସବୁ ସ୍ଥିତିର ଅନୁଧ୍ୟାନ ପାଇଁ ଜନପ୍ରତିନିଧି ମଧ୍ୟ ନଜର ରଖିଛନ୍ତି। କେହି ଭୟଭିତ ନହୋଇ ସତର୍କ ରୁହନ୍ତୁ, ଲୋକଙ୍କ ସରକାର ଆପଣଙ୍କ ସହିତ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କେନ୍ଦ୍ର କ୍ୟାବିନେଟ ବାତ୍ୟା ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି। ଓଡ଼ିଶାର କେନ୍ଦ୍ରମନ୍ତ୍ରୀ ମାନେ ବାତ୍ୟା ନେଇ ସମସ୍ତ ତଥ୍ୟ ଦେଇଥିଲେ। ଆଉ କିଛି ଆବଶ୍ୟକ ହେଲେ ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର ଏବଂ ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସବିଶେଷ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ବାତ୍ୟାର ବର୍ତ୍ତମାନର ସ୍ଥିତି ଅନୁଧ୍ୟାନ କରି ସତର୍କତା ଅବଲମ୍ବନ କରିବା ପାଇଁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories