www.samajalive.in
Monday, December 8, 2025
27.1 C
Bhubaneswar

ପାରାଦୀପ ଠାରୁ ପ୍ରାୟ ୨୧୦ କିଲୋମିଟର ଦୂରରେ ସାମୁଦ୍ରିକ ବାତ୍ୟା ଦାନା

ଡେସ୍କ: ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ‘ଦାନା’ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଜି, ଅକ୍ଟୋବର ୨୪ ତାରିଖ ସକାଳ ୮ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପାରାଦୀପ ଠାରୁ ପ୍ରାୟ ୨୧୦ କିଲୋମିଟର ଦକ୍ଷିଣ-ପୂର୍ବ, ଧାମରା ଠାରୁ ୨୪୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବ ଏବଂ ସାଗର ଦ୍ୱୀପ ଠାରୁ ୩୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ୧୨୦ କିଲୋମିଟର ବେଗରେ ପବନ ବହିବା ସହ ଆଜି ମଧ୍ୟରାତ୍ରିରୁ ୨୫ ତାରିଖ ସକାଳ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ସ୍ପର୍ଶ କରି ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ବାତ୍ୟା ‘ଦାନା’ ପ୍ରଭାବରେ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ହ୍ରାସ ପାଇଥିବା ବେଳେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ କୌଣସି ସ୍ଥାନରେ ବଡ଼ ଧରଣର ପରିବର୍ତ୍ତନ ହୋଇନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱାଭାବିକଠାରୁ ଅଧିକ ଏବଂ ଅନ୍ୟାନ୍ୟ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ରହିଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଯଥେଷ୍ଟ ହ୍ରାସ ପାଇଥିବା ବେଳେ, ଦକ୍ଷିଣ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି ଏବଂ ଓଡ଼ିଶାର ଜିଲ୍ଲାଗୁଡ଼ିକରେ କୌଣସି ସ୍ଥାନରେ ବଡ଼ ଧରଣର ପରିବର୍ତ୍ତନ ହୋଇନାହିଁ।

- Advertisement -

ବାତ୍ୟା ଦାନା ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଙ୍ଗ ଦିଆଯାଇଛି। ଅତି ପ୍ରବଳ ବର୍ଷା ହେବା ନେଇ କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ୱାରେଞ୍ଜ ୱାର୍ଣ୍ଣିଙ୍ଗ ଦିଆଯାଇଥିବା ବେଳେ ପ୍ରବଳ ବର୍ଷା ସାମ୍ବଭନା ଥିବାରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଦିଆଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories