www.samajalive.in
Friday, December 12, 2025
23.1 C
Bhubaneswar

ପାରାଦୀପରୁ ୧୦୦ କିମି ଦୂରରେ ବାତ୍ୟା ଦାନା, ହାଇଆଲର୍ଟରେ ଓଡିଶା

ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଭୟଙ୍କର ରୂପ ଧାରଣ କରି ଆଜି ବିଳମ୍ବିତ ରାତି କିମ୍ବା ଆସନ୍ତାକାଲି ସକାଳେ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବା ପାଇଁ ଓଡ଼ିଶା ଉପକୂଳ ଆଡ଼କୁ ଗତି କରୁଛି। ସ୍ଥଳଭାଗ ସ୍ପର୍ଶ କରିବା ପରେ ବାତ୍ୟା ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗକୁ ସାମାନ୍ୟ ଗତି କରିବା ସମ୍ଭାବନା ଥିବାରୁ ରାଜ୍ୟର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଭାଗରେ ଅଧିକ ବର୍ଷା ହୋଇପାରେ। ବାତ୍ୟା ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ୫ରୁ ୬ ଘଣ୍ଟା ମଧ୍ୟରେ ରହିବ ଓ ସେହି ସମୟରେ ପବନର ବେଗ ଘଣ୍ଟା ପ୍ରତି ପ୍ରାୟ ୧୨୦ କିଲୋମିଟର ରହିବ।

ଏହା ସହିତ ସମୁଦ୍ରରେ ଉଚ୍ଚ ଜୁଆର ଆସିବାର ସମ୍ଭାବନା ରହିଛି ଏବଂ ବାତ୍ୟା ଯୋଗୁଁ ଗଛ, ବିଦ୍ୟୁତ ଖୁଣ୍ଟ ଓ ଘର ଭାଙ୍ଗିଯିବାର ସମ୍ଭାବନା ରହିଛି। ‘ଦାନା’ ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏବେ ପାରାଦୀପଠାରୁ ୧୦୦ କିଲୋମିଟର ଓ ଓଡ଼ିଶା ଉପକୂଳର ଧାମରାଠାରୁ ୧୩୦ କିଲୋମିଟର ଦୂରରେ ଥିବା ଏହି ଘୂର୍ଣ୍ଣିବଳୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୧୩ କିଲୋମିଟର ବେଗରେ ଗତି କରୁଛି। ଏଥିରେ କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ, ଜଗତସିଂହପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ‘ଦାନା’ ପ୍ରଭାବରେ ରାଜ୍ୟର ଅନ୍ୟ ୯ଟି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ। ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ସନ୍ଧ୍ୟା ୫ଟାରୁ ଆସନ୍ତାକାଲି ସକାଳ ୯ଟା ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ସମସ୍ତ ବିମାନ ଚଳାଚଳ ବାତିଲ କରାଯାଇଛି।

- Advertisement -

ଆଜି ବିଳମ୍ବିତ ରାତି କିମ୍ବା ଆସନ୍ତାକାଲି ସକାଳେ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପାଇଁ ପ୍ରସ୍ତୁତ ହେଉଥିବାରୁ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବା ସହ କେତେକ ସ୍ଥାନରେ ପ୍ରବଳ ପବନ ବହିବାରେ ଲାଗିଛି। ଆସନ୍ତା ୪୮ ଘଣ୍ଟା ପାଇଁ ଓଡ଼ିଶା ସରକାର ହାଇ ଆଲର୍ଟ ଜାରି କରିଛନ୍ତି। ତଳିଆ ଅଂଚଳରେ ରହୁଥିବା ଲୋକଙ୍କୁ ବହୁମୁଖୀ ବାତ୍ୟା କେନ୍ଦ୍ରକୁ ସ୍ଥାନାନ୍ତର କରିବା ଆରମ୍ଭ କରିଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨ ଲକ୍ଷ ୫୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ସଚିବ ଓ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ ସହ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି। ଓଡ଼ିଶା ହାଇକୋର୍ଟ, ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଓ ଅନେକ ସରକାରୀ ଅନୁଷ୍ଠାନ ଶୁକ୍ରବାର ପର୍ଯ୍ୟନ୍ତ ବନ୍ଦ ରହିଛି। ଡାକ୍ତର ଓ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଥିବା ବେଳେ ବହୁ ସଂଖ୍ୟାରେ ଯାତ୍ରୀବାହୀ ଟ୍ରେନ୍ ବାତିଲ କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ତୁରନ୍ତ ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ସେବା ଟିମକୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ମୁତୟନ କରାଯାଇଛି। ଆସନ୍ତାକାଲି ପାଇଁ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

Hot this week

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା...

Related Articles

Popular Categories