www.samajalive.in
Thursday, December 11, 2025
13.1 C
Bhubaneswar

ପାରାଦୀପରୁ ୯୦ କିମି ଦୂରରେ ବାତ୍ୟା ଦାନା, ଘଣ୍ଟା ପ୍ରତି ପବନ ବେଗ ୧୦୫ରୁ ୧୧୫ କିମି

ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଭୟଙ୍କର ରୂପ ଧାରଣ କରି ଗୁରୁବାର ମଧ୍ୟରାତ୍ରିରୁ ଆସନ୍ତାକାଲି ସକାଳ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବା ପାଇଁ ଓଡ଼ିଶା ଉପକୂଳ ଆଡ଼କୁ ଗତି କରୁଛି। ସ୍ଥଳଭାଗ ସ୍ପର୍ଶ କରିବା ପରେ ବାତ୍ୟା ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗକୁ ସାମାନ୍ୟ ଗତି କରିବା ସମ୍ଭାବନା ଥିବାରୁ ରାଜ୍ୟର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଭାଗରେ ଅଧିକ ବର୍ଷା ହୋଇପାରେ। ବାତ୍ୟା ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ୫ରୁ ୬ ଘଣ୍ଟା ମଧ୍ୟରେ ରହିବ ଓ ସେହି ସମୟରେ ପବନର ବେଗ ଘଣ୍ଟା ପ୍ରତି ପ୍ରାୟ ୧୨୦ କିଲୋମିଟର ରହିବ।

ଏହା ସହିତ ସମୁଦ୍ରରେ ଉଚ୍ଚ ଜୁଆର ଆସିବାର ସମ୍ଭାବନା ରହିଛି ଏବଂ ବାତ୍ୟା ଯୋଗୁଁ ଗଛ, ବିଦ୍ୟୁତ ଖୁଣ୍ଟ ଓ ଘର ଭାଙ୍ଗିଯିବାର ସମ୍ଭାବନା ରହିଛି। ‘ଦାନା’ ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏବେ ପାରାଦୀପଠାରୁ ୯୦ କିଲୋମିଟର ଓ ଓଡ଼ିଶା ଉପକୂଳର ଧାମରାଠାରୁ ୧୧୦ କିଲୋମିଟର ଦୂରରେ ଥିବା ଏହି ଘୂର୍ଣ୍ଣିବଳୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୧୩ କିଲୋମିଟର ବେଗରେ ଗତି କରୁଛି। ଏଥିରେ କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ, ଜଗତସିଂହପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ‘ଦାନା’ ପ୍ରଭାବରେ ରାଜ୍ୟର ଅନ୍ୟ ୯ଟି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories