ବ୍ଳକସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ତୁରେକେଲା ବ୍ଳକର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଳକସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି। ବ୍ଳକ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀ ବକ୍ତୃତା, ଚିତ୍ରାଙ୍କନ, ସ୍ଲୋଗାନ ଲିଖନ ଓ କୁଇଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ବିଆରସିସି ଫକୀର ଚରଣ ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସରପଞ୍ଚ ଜଳନ୍ଧର ମହାକୁଡ ମୁଖ୍ୟ ଅତିଥି, ବିରଞ୍ଚି ନାରାୟଣ ଦାଶ ମୁଖ୍ୟବକ୍ତା, ସମିତି ସଭ୍ୟ ପ୍ରମୋଦ କୁମାର ମହାପାତ୍ର, ଶଙ୍କର ନାଗ, ଅଞ୍ଜଳି ମାଝୀ, ଦିବାନୀ ରଣା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା।ଯେଉଁ ପ୍ରତିଯୋଗୀ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ସେମାନେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ।

Comments are closed.