www.samajalive.in
Friday, December 5, 2025
20.1 C
Bhubaneswar

ଉତ୍ତର ଓଡିଶାରେ ଜାରି ରହିଛି ବର୍ଷା: ଆଜି ୫ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ଵର: ଦୁର୍ବଳ ପଡୁଛି ବାତ୍ୟା ଦାନା। ଆହୁରି ଦୁର୍ବଳ ହୋଇ ଡିପ୍ରେସନରେ ପରିଣତ ହୋଇଛି। ଏବେ ଅବପାତଟି ଉତ୍ତର ଓଡିଶା ଉପରେ ସକ୍ରିୟ ରହିଥିବା ସୂଚନା ମିଳିଛି। ଏହା ଭଦ୍ରକରୁ ୫୦ କିଲୋମିଟର ଉତ୍ତର ପଶ୍ଚିମ ଓ କେନ୍ଦୁଝରରୁ ୭୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଅବପାତ ଉତ୍ତର ପଶ୍ଚିମ ଦିଗରେ ଓଡିଶା ଦେଇ ଅତିକ୍ରମ କରିବ। ଆହୁରି ଦୁର୍ବଳ ହୋଇ ଆଜି ୟେଲୋ ମାର୍କ ଲୋ ପ୍ରେସରରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ସକାଳ ୮ଟା ୩୦ ଯାଏଁ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ରେଡ୍ ଆଲର୍ଟ ଜାରି କରିଛି। ଏସବୁ ଜିଲ୍ଲା ଗୁଡିକ ହେଲା ବାଲେଶ୍ଵର, ଭଦ୍ରକ , ମୟୁରଭଞ୍ଜ ଓ କେନ୍ଦୁଝର । ଏସବୁ ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ସକାଳ ୮ଟା ୩୦ ଯାଏଁ ୪ ଜିଲ୍ଲା କେନ୍ଦ୍ରାପଡା, କଟକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ସତର୍କତା ଜାରି ହୋଇଛି। ଆଜି ପାଇଁ ପ୍ରବଳ ବର୍ଷା ନେଇ ବାଲେଶ୍ଵର, ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି। କାଲିଠୁ ପାଗରେ ପରିବର୍ତ୍ତନ ହେବା ନେଇ ଆକଳନ କରାଯାଇଛି। ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ଜାରି ରହିଛି। ଏହି ୫ଟି ଜିଲ୍ଲାରେ ଅକ୍ଟୋବର ୨୬ରେ ମଧ୍ୟ ବର୍ଷା ଆଶଙ୍କା କରାଯାଇଛି। ତେଣୁ ଗତ ୨୩ ତାରିଖଠାରୁ ଏସବୁ ଜିଲ୍ଲାରେ ସ୍କୁଲ ଗୁଡିକ ବନ୍ଦ ରହିଛି। ଆଜି ମଧ୍ୟ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories