www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ : ଅପରାହ୍ନରେ ବିଭାଗୀୟ ଅଧିକାରୀଙ୍କ ସହିତ କରିବେ ଆଲୋଚନା

ବାଲେଶ୍ବର/ଭଦ୍ରକ/କେନ୍ଦ୍ରାପଡା : ସାମୁଦ୍ରିକ ଝଡ଼ ‘ଦାନା’ ପ୍ରଭାବରେ ଉପକୂଳ ଓଡ଼ିଶାର ୩ଟି ଜିଲା ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଝଡ଼ ଯୋଗୁଁ ଗଛ ଓ ବିଜୁଳି ଭିତ୍ତିଭୂମି ବ୍ୟାପକ ନଷ୍ଟ ହୋଇଛି। ବାଲେଶ୍ବର ଜିଲାର ଅଧା ଅଞ୍ଚଳ ଅନ୍ଧାରରେ ରହିଛି। ପଡୋଶୀ ଭଦ୍ରକ ଜିଲା ସହ ସଂଲଗ୍ନ ବାଲେଶ୍ବର ଜିଲାର ୬ଟି ବ୍ଲକ୍‌ରେ ବ୍ୟାପକ ବିଜୁଳି ଭିତ୍ତିଭୂମି ଉଜୁଡ଼ି ଯାଇଛି। ବାଲେଶ୍ବର ଜିଲାର ସୋର, ସିମୁଳିଆ, ବାହାନଗା, ଔପଦା, ଖଇରା ଓ ନୀଳଗିରି ବ୍ଲକ ଅଞ୍ଚଳରେ ବାତ୍ୟା ସର୍ବାଧିକ କ୍ଷତି ଘଟାଇଛି। ସୋର ବ୍ଲକ ସବୁଠୁ ଅଧିକ ପ୍ରଭାବିତ ହୋଇଛି। ବିଦ୍ୟୁତ ବିଭାଗର ସୂଚନା ଅନୁସାରେ, ବାତ୍ୟା ଯୋଗୁଁ ଗଛ ଉପୁଡ଼ି ପଡ଼ିଛି। ଉପରୋକ୍ତ ବିଭିନ୍ନ ବ୍ଲକରେ ବିଦ୍ୟୁତ ସରବରାହ ସ୍ବାଭାବିକ ହେବାକୁ ୨୪ ଘଣ୍ଟାରୁ ଏକ ସପ୍ତାହ ପର୍ଯ୍ୟନ୍ତ ସମୟ ଲାଗିପାରେ। ତିନିଟି ଜିଲାରେ ଶହ ଶହ କଚ୍ଚାଘର ଭାଙ୍ଗିଛି। ତେବେ ସବୁଠୁ ଅଧିକ ପ୍ରଭାବିତ ହୋଇଛି କୃଷିକ୍ଷେତ୍ର। ବାତ୍ୟା ପରବର୍ତ୍ତୀ ଲଗାଣ ବର୍ଷା ଯୋଗୁଁ ଲକ୍ଷାଧିକ ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି। ଏହାବ୍ୟତୀତ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ଆଶଙ୍କା ମଧ୍ୟ ସୃଷ୍ଟି ହୋଇଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଆଜି ବାତ୍ୟା ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ । ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିବା ନେଇ ସୂଚନା ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories