www.samajalive.in
Tuesday, December 9, 2025
17.1 C
Bhubaneswar

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ସମ୍ବଲପୁର: ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ୨୦୨୧ରେ ଘଟିଥିବା ନାବାଳିକା ଦୁଷ୍କର୍ମ ଓ ଅପହରଣ ମାମଲାରେ ଦୋଷୀକୁ ସ୍ୱତନ୍ତ୍ର ପୋକ୍ସୋ ଅଦାଲତ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେବା ସହିତ ୧ ଲକ୍ଷ ଟଙ୍କା ଜରିମାନା କରିଛନ୍ତି ।

ରେଙ୍ଗାଲି ଥାନାଞ୍ଚଳରେ ପୀଡିତା ନାବାଳିକା (୧୪) ତା ମା’ ଓ ବାପାଙ୍କ ସହିତ ରହୁଥିଲା । ତାଙ୍କର ଘର ନିକଟରେ ଅନୁଗୁଳ ଜିଲା ମୂଳ ନିବାସୀ ଅଭିଯୁକ୍ତ ପାପୁନ ବେହେରା ଏକ ଭଡା ଘରେ ରହୁଥିଲା । ପାପୁନ ସେହି ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲା । ସୁଯୋଗ ଦେଖି ପୀଡିତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ସେପ୍ଟେମ୍ବର ୨୦୨୧ରେ ଅପହରଣ କରି ନେଇଥିଲା। ଅପହରଣ ପରେ ହାଇଦ୍ରାବାଦକୁ ନେଇ ସେଠାରେ ନାବାଳିକାଙ୍କୁ ବାନ୍ଧି ତା’ ସହିତ ଶାରିରୀକ ସମ୍ପର୍କ ରଖିଥିଲା । ପୀଡିତା କୌଣସି କ୍ରମେ ଘରକୁ ଫୋନ ଯୋଗେ ସମସ୍ତ ଘଟଣା ବିଷୟରେ ସୂଚନା ଦେଇଥିଲେ । ଏ ନେଇ ତାଙ୍କ ମା’ବାପା ରେଙ୍ଗାଲି ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୁଲିସ ଏକ ମାମଲା ରୁଜୁ କରି ନାବାଳିକାଙ୍କୁ ଉଦ୍ଧାର କରିବା ସହିତ ଅଭିଯୁକ୍ତକୁ ଗିରଫ କରିଥିଲା । ୧୪ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ ପରେ ବିଚାରପତି ଅଭିଳାଷ ସେନାପତି ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧ ଲକ୍ଷ ଟଙ୍କାର ଜରିମାନା ଆଦେଶ ଦେଇଥିଲେ। ଜରିମାନା ଅନାଦାୟ ହେଲେ ଆଉ ଏକ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ମାନ୍ୟବର ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାକୁ ସ୍ୱତନ୍ତ୍ର ସରକାରୀ ଓକିଲ ସନ୍ତୋଷ କୁମାର ପଣ୍ଡା ପରିଚାଳନା କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories