www.samajalive.in
Thursday, December 11, 2025
13.1 C
Bhubaneswar

ମହାନଗର ନିଗମ ପକ୍ଷରୁ ବ୍ୟାବସାୟିକ ପ୍ରତିଷ୍ଠାନରେ ଚଢ଼ଉ

ସମ୍ବଲପୁର: ସମ୍ବଲପୁର ମହାନଗର ନିଗମ ପକ୍ଷରୁ ସ୍ୱଚ୍ଛତା ସମ୍ବନ୍ଧୀୟ କାର୍ଯ୍ୟକାରିତା ପାଇଁ ବିଭିନ୍ନ ଅଞ୍ଚଳରେ ଥିବା ବ୍ୟାବସାୟିକ ପ୍ରତିଷ୍ଠାନ ଉପରେ ଚଢ଼ଉ ଅଭିଯାନ ଜାରି ରହିଛି । ଏହି କ୍ରମରେ ଅଇଁଠାପାଲିରୁ ବୁଢ଼ାରଜା ପର୍ଯ୍ୟନ୍ତ ସ୍ୱଚ୍ଛତା ସମ୍ବନ୍ଧୀୟ ସଚେତନତା ଓ କାର୍ଯ୍ୟକାରିତା କାର୍ଯ୍ୟକ୍ରମ କରାଯାଇଥିଲା । ବ୍ୟବସାୟିକ ପ୍ରତିଷ୍ଠାନମାନଙ୍କୁ ୨ଟି ଡଷ୍ଟବିନ ବ୍ୟବହାର, ପ୍ଲାଷ୍ଟିକ ବ୍ୟାଗର ବର୍ଜନ ଓ ଅଞ୍ଚଳର ୫ ମିଟର ଚତୁଃପାର୍ଶ୍ବ ପର୍ଯ୍ୟନ୍ତ ସଫା ରଖିବା ଉପରେ ଜୋର ଦିଆଯାଇ ସଚେତନ କରାଯାଇଥିଲା । ଏହି ଅବସରରେ ୪୪ଟି ଦୋକାନରେ ସଚେତନତା କରାଯାଇଥିବା ବେଳେ ୩୭ଟି ବ୍ୟାବସାୟିକ ପ୍ରତିଷ୍ଠାନ ଉପରେ ଚଢ଼ର କରାଯାଇ ସମୁଦାୟ ୬୭ ହଜାର ୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି । ମହାନଗର ନିଗମ କମିଶନର ବେଦଭୂଷଣ ଚଢ଼ଉ ଅଭିଯାନର ନେତୃତ୍ୱ ନେଇଥିବାବେଳେ କାର୍ଯ୍ୟକାରୀ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ସାମିଲ ରହିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories