www.samajalive.in
Saturday, December 6, 2025
15.1 C
Bhubaneswar

ଟ୍ରକକୁ ଧକ୍କା ଦେଇ ପୋଲ ତଳକୁ ଖସିଲା ବସ୍: ୨୪ ମୃତ

ନୂଆଦିଲ୍ଲୀ: ମେକ୍ସିକୋରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକକୁ ପଛରୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ପ୍ରାୟ ୨୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମେକ୍ସିକୋ କେନ୍ଦ୍ରୀୟ ରାଜମାର୍ଗରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ରେସକ୍ୟୁ ଟିମ୍ ଘଟଣାସ୍ଥଳରେ ପହଞ୍ଚି ୫ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି। ଏହି ବସ୍‌ ଟି ଆମେରିକା-ମେକ୍ସିକୋ ସୀମାରେ ଥିବା ଚିହୁଆହୁଆ ରାଜ୍ୟର ସିୟୁଡାଡ ଜୁଆରେଜକୁ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories