www.samajalive.in
Monday, December 8, 2025
14.1 C
Bhubaneswar

ପୁଲିସ୍ ଇନଫର୍ମର ସନ୍ଦେହ: ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲାରେ ପୁଲିସ୍ ଇନଫର୍ମର ସନ୍ଦେହରେ ଦୁଇ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ସୁକୁମା ଜିଲ୍ଲା କୋଣ୍ଟା ଥାନା ଅଞ୍ଚଳର ଗଙ୍ଗରାଜପଦର ଗାଁରେ ମାଓବାଦୀମାନେ ଜଣଙ୍କୁ ଗଳା କାଟି ହତ୍ୟା କରି ମୃତଦେହ ପକାଇ ଚାଲି ଯାଇଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ସେହିପରି କିଷ୍ଟାରାମ  ଥାନା ଅଞ୍ଚଳର ଆମାପେଣ୍ଠା ଗାଁରେ ମଧ୍ୟ ଅନ୍ୟ ଜଣେ ଗ୍ରାମବାସୀ କୋମରାମ ଗଙ୍ଗାଙ୍କୁ ମାଓବାଦୀମାନେ ହତ୍ୟା କରି ମୃତଦେହକୁ ଗଛରେ ଝୁଲାଇ ଦେଇଥିବା ଦେଖିବାକୁ ମିଳିଛି। ପୁଲିସ ଇନଫର୍ମର ସନ୍ଦେହରେ ଉଭୟଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories