www.samajalive.in
Saturday, December 6, 2025
15.1 C
Bhubaneswar

ଦର୍ଶନ କରନ୍ତୁ କାର୍ତ୍ତିକର ଦ୍ଵିତୀୟ ସୋମବାରରେ ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ବଡ଼ସିଂହାର ବେଶ

କଟକ : ଆଜି କାର୍ତ୍ତିକ ମାସର ଦ୍ଵିତୀୟ ସୋମବାର। ଏହି ଅବସରରେ ଚଳଚଞ୍ଚଳ‌ ହୋଇଛି ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠ। ଧାର୍ମିକ ବିଶ୍ବାସ ରହିଛି ଯେ, ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ । ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର। କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରୀ ଓ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳଆଳତୀ, ମଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି। କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।

୫୦୦ ବର୍ଷ ପରେ ଦୀପାବଳିରେ ଅଦ୍ଭୁତ ସଂଯୋଗ, ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories