www.samajalive.in
Saturday, December 6, 2025
19.1 C
Bhubaneswar

ମେଟ୍ରୋ ଟନେଲ କାମ ବେଳେ ଅଘଟଣ; ଦୁଇ ଓଡ଼ିଆ ଶ୍ରମିକ ମୃତ, ୬ଆହତ

ପାଟନା: ବିହାର ପାଟନାରେ ମେଟ୍ରୋ ଟନେଲ କାମ ବେଳେ ଅଘଟଣ ଘଟି ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଏନେଇ ସ୍ପଷ୍ଟ କରିଛନ୍ତି ରାଜ୍ୟ ଶ୍ରମମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ। ଏହି ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ଆହତଙ୍କୁ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏନେଇ ଶ୍ରମ ମନ୍ତ୍ରୀ ବିହାର ସରକାରଙ୍କ ସହ ଆଲୋଚନା କରିବେ। ସୋମବାର ରାତିରେ ପାଟନାରେ ମେଟ୍ରୋ ଟନେଲ କାମ ଚାଲିଥିବା ବେଳେ ମେସିନରେ ବ୍ରେକ ଫେଲ ହେବାରୁ ଏହି ଦୁର୍ଘଟଣା ଘଟିଥିଲା। ଟନେଲ ଭିତରେ ପାଖାପାଖି ୨୫ଜଣ ଶ୍ରମିକ କାମ କରୁଥିଲେ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories