www.samajalive.in
Wednesday, December 10, 2025
16.1 C
Bhubaneswar

ଡାକ୍ତରଖାନା ଛାଡ଼ିଲେନି ସିଡିପିଓ, ଚାଲିଗଲା ନିଷ୍ପାପ ଶିଶୁର ଜୀବନ – ତଦନ୍ତ ନିର୍ଦ୍ଦେଶ ଦେଲେ ସରକାର

ଡେସ୍କ: ଦିନକୁ ଦିନ ସମାଜରୁ ହଜିଯାଉଛି ମାନବିକତା। ନାରୀଟିଏ ବି ଅନୁଭବ କରିପାରୁନି ଆଉ ଜଣେ ନାରୀର କଷ୍ଟ ଓ ଯନ୍ତ୍ରଣା। ହୁଏତ କ୍ଷମତାରେ ଅନ୍ଧ କିମ୍ବା ନିଜର ଅହଂ ଦେଖାଇବାକୁ ଯାଇ ଜଣେ ଅଧିକାରୀଙ୍କ ବେପରୁଆ ମନୋଭାବ ପାଇଁ ସହକର୍ମୀ ଅଧସ୍ତନ ମହିଳା କର୍ମଚାରୀଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଛି।

ଏମିତି ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକରେ। ବ୍ଳକର ମହିଳା ଓ ଶିଶୁ ବିକାଶ ବିଭାଗରେ କାର୍ଯ୍ୟରତ ବରିଷ୍ଠ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ର ୭ ମାସର ଗର୍ଭବତୀ ଥାଇ ମଧ୍ୟ ନିୟମିତ କାର୍ଯ୍ୟାଳୟକୁ ଆସି କାର୍ଯ୍ୟ କରୁଥିଲେ। ଗତ ଶୁକ୍ରବାର ଦିନ କାର୍ଯ୍ୟାଳୟରେ ବର୍ଷାଙ୍କର ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ସେ ଡାକ୍ତରଖାନା ଯିବା ପାଇଁ ନିବେଦନ କରିଥିଲେ। କିନ୍ତୁ ସିଡିପିଓ ସ୍ନେହଲତା ସାହୁ ତାଙ୍କୁ ଏଥିପାଇଁ ଅନୁମତି ଦେଇ ନ ଥିଲେ, ଓଲଟା ସେ ଯନ୍ତ୍ରଣାରେ ଛଟପଟ ହେଉଥିବା ବର୍ଷାଙ୍କ ଦୁର୍ବ୍ୟବହାର କରିଥିଲେ। କିଛି ସମୟ ପରେ ବର୍ଷା ଚେତା ଶୂନ୍ୟ ହୋଇପଡିଥିଲେ। ଏଭଳି ପରିସ୍ଥିତିରେ ୨ ଘଣ୍ଟା ବିତିଯାଇଥିଲା। ଏ ବିଷୟରେ ସମ୍ପର୍କୀୟମାନେ ଖବର ପାଇ ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ାର ଏକ ଘରୋଇ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଗର୍ଭରେ ଥିବା ନବଜାତକର ମୃତ୍ୟୁ ଘଟିଥିବା ଡାକ୍ତର ସୂଚନା ଦେଇଥିଲେ।

- Advertisement -

ଗତକାଲି କେନ୍ଦ୍ରାପଡାରେ ଅନୁଷ୍ଠିତ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣିରେ ପୀଡିତାଙ୍କ ପରିବାର ଲୋକେ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିବା ସହ ନ୍ୟାୟ ଭିକ୍ଷା କରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିବେଦନ କରିଥିଲେ। ତେବେ ଆଜି ଏହି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories