www.samajalive.in
Sunday, December 7, 2025
23.1 C
Bhubaneswar

ଐତିହାସିକ ବାଲିଯାତ୍ରା ପାଇଁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ

ସମାଜ ଡିଜିଟାଲ ଡେସ୍କ: ଆଗେଇ ଚାଲିଛି ଐତିହାସିକ ବାଲିଯାତ୍ରା ପ୍ରସ୍ତୁତି। ମଙ୍ଗଳବାରଠାରୁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ କରିଛି ଜିଲା ପ୍ରଶାସନ। ବାଲିଯାତ୍ରା ପ୍ଲଟ ନିଲାମ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ସର୍ବାଧିକ ଟଙ୍କା ଡାକିଥିବା ବିଡର୍‌ଙ୍କୁ ମିଳିବ ପ୍ଲଟ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୧୦ଟି ଟେବୁଲରେ ୧୦ଟି ଟିମ୍‌କୁ ନେଇ ବ୍ୟବସ୍ଥା କରାଯାଇଛି। ବାରବାଟି ପ୍ୟାଲେସ ଓ ଜିଲାପାଳଙ୍କ କାର୍ଯ୍ୟାଳୟରେ ନିଲାମ ପ୍ରକ୍ରିୟା ପାଇଁ ବ୍ୟବସ୍ଥା କରିଛି ଜିଲା ପ୍ରଶାସନ। ଅପରପକ୍ଷେ ସୋମବାର ଶେଷ ହୋଇଛି ବାଲିଯାତ୍ରା ଷ୍ଟଲ ପଞ୍ଜିକରଣ ପ୍ରକ୍ରିୟା। ମୋଟ ୧୫୦୦ ଜଣ ପ୍ଲଟ ପାଇଁ ପଞ୍ଜିକରଣ କରିଛନ୍ତି। ସେପଟେ ତଳ ପଡ଼ିଆରେ ଆରମ୍ଭ ହୋଇ ଗଲାଣି ମଞ୍ଚ ନିର୍ମାଣ କାର୍ଯ୍ୟ। ଚଳିତ ବର୍ଷ ସହର ଭିତରେ ତଥା ସହର ପ୍ରମୁଖ ପ୍ରବେଶ ଓ ପ୍ରସ୍ଥାନ ପଥଗୁଡ଼ିକରେ ମୋଟ ୨୨ଟି ବାଲିଯାତ୍ରା ସ୍ବାଗତ ତୋରଣ ନିର୍ମାଣ କରିବାକୁ ଯାଉଛି ଜିଲା ପ୍ରଶାସନ।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories