www.samajalive.in
Sunday, December 14, 2025
14.1 C
Bhubaneswar

ଜାତୀୟ ଶିକ୍ଷାନୀତି-୨୦୨୦ ବାତିଲ ଓ ବାତ୍ୟା ପ୍ରଭାବିତ ଛାତ୍ରଛାତ୍ରୀଙ୍କ ଦେୟ ଛାଡ଼ ଦାବିରେ ବିକ୍ଷୋଭ

ସମାଜ ଡିଜିଟାଲ ଡେସ୍କ: ଜାତୀୟ ଶିକ୍ଷାନୀତି-୨୦୨୦ ବାତିଲ କରିବା ଓ ବାତ୍ୟା ପୀଡ଼ିତ ସମସ୍ତ ଛାତ୍ରଛାତ୍ରୀଙ୍କର ଦେୟ ଛାଡ଼ କରିବା ଦାବିରେ ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍ ଷ୍ଟୁଡେଣ୍ଟ୍‌ସ ଅର୍ଗାନାଇଜେସନ୍‌(ଏଆଇଡିଏସଓ) ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସରକାରୀ ଶିକ୍ଷାକୁ ସୁରକ୍ଷିତ କର, ସମସ୍ତ ଶିକ୍ଷାନୁଷ୍ଠାନରେ ଆବଶ୍ୟକ ଶିକ୍ଷକ, ଅଧ୍ୟାପକ, ଶିକ୍ଷା କର୍ମଚାରୀ ପଦବୀ ସ୍ଥାୟୀ ଭିତ୍ତିରେ ପୂରଣ କର, ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକର ସ୍ୱାୟତ୍ତତା ଫେରାଇ ଦିଅ, ବାତ୍ୟା ପ୍ରଭାବିତ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ସମସ୍ତ ପ୍ରକାର ଫିସ୍ ଛାଡ କର, ସମସ୍ତଙ୍କ ପାଇଁ ଚାକିରୀ ସୁନିଶ୍ଚିତ କରିବା ଆଦି ଦାବିରେ ଏଆଇଡିଏସ୍‌ଓ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନର ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଏଆଇଡିଏସଓ କଟକ ଜିଲା ପକ୍ଷରୁ ରେଭେନ୍ସା ବିଶ୍ୱବିଦ୍ୟାଳୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଠାରୁ ଏକ ପ୍ରତିନିଧି ଦଳ ଯାଇ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ୧୭ ଦଫା ଦାବି ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ବିକ୍ଷୋଭରେ ସଂଗଠନର କଟକ ଜିଲା କମିଟି ସଭାପତି ଈଶା ଧର, ସଂପାଦକ ତରୁଣସେନ ନାୟକ, ଉପସଭାପତି ଶିବାନୀ ସାହୁ ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ।

Hot this week

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

Related Articles

Popular Categories