www.samajalive.in
Thursday, December 11, 2025
18.1 C
Bhubaneswar

 ସର୍ଦ୍ଦାର ପଟେଲଙ୍କ ଆଦର୍ଶରେ ଦେଶର ଏକତା ଓ ଅଖଣ୍ଡତା ପାଇଁ ଦେଶର ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ କାମ କରିବା ଆବଶ୍ୟକ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ କଳିଙ୍ଗ ଷ୍ଟାଡିୟମ ଠାରେ ‘ଏକତା ଦୌଡ’ ବା Run For Unityକୁ ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦୦ ଛୋଟ ପିଲା, କ୍ରୀଡା ହଷ୍ଟଲର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ରୀଡା ସଂଗଠନର ପିଲାମାନେ ଯୋଗଦେଇ ଦୌଡରେ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ନେତୃତ୍ବ ନେଇ ଏହି ଦୌଡରେ ସାମିଲ ହୋଇଥିଲେ।

- Advertisement -

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ ଦେଶର ଏକତା ଓ ଅଖଣ୍ଡତା ପାଇଁ ସର୍ଦ୍ଦାର ପଟେଲଙ୍କ ସଂକଳ୍ପ ଓ ଦୃଢ ପଦକ୍ଷେପର ତୁଳନା ନାହିଁ। ଦେଶର ଏକତା ପାଇଁ ସର୍ଦ୍ଦାର ପଟେଲ ସମର୍ପିତ ହୋଇ ଏକ ଅଖଣ୍ଡ ଭାରତର ମୂଳଦୁଆ ସ୍ଥାପନ କରି ଦେଶୀୟ ରାଜ୍ୟ ମାନଙ୍କର ସମ୍ମିଶ୍ରଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେଥିପାଇଁ ତାଙ୍କୁ ଲୌହ ମାନବର ଆଖ୍ୟା ଦିଆଯାଏ। ତାଙ୍କ ଆଦର୍ଶରେ ଦେଶର ଏକତା ଓ ଅଖଣ୍ଡତା ପାଇଁ ଦେଶର ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ କାମ କରିବା ଉଚିତ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, କ୍ରୀଡା ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ସୂଚନା ଯୋଗ୍ୟ ଯେ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅକ୍ଟୋବର ୩୧ ତାରିଖକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ ରବିବାର ଦିନ ‘ମନ୍‌ କି ବାତ୍’ କାର୍ଯ୍ୟକ୍ରମରେ ୨୯ ତାରିଖ ଠାରୁ ରାଷ୍ଟ୍ରୀୟ ଏକତାର ସୂତ୍ରରେ ସମସ୍ତଙ୍କୁ ବାନ୍ଧି ରଖିବା ପାଇଁ Run For Unity କାର୍ଯ୍ୟକ୍ରମ କରିବା ପାଇଁ ଆହ୍ବାନ ଦେଇଥିଲେ। ୨୦୧୪ ମସିହାରୁ ସାରା ଦେଶରେ ଏହି କାର୍ଯ୍ୟକ୍ରମ ପାଳନ କରାଯାଉଛି।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories