www.samajalive.in
Sunday, December 14, 2025
19.1 C
Bhubaneswar

ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪ ଅନୁଷ୍ଠିତ

କଲ୍ୟାଣସିଂହପୁର-: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶୁଲିପଦର ଠାରେ ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪ ଅନୁଷ୍ଠିତ ହୋଇଛି ।ମଣ୍ଡଳ ଶିକ୍ଷାଅଧିକାରୀ ସୁଦୀପ୍ତ କୁମାର ଦାସଙ୍କ ସଭାପତିତ୍ୱ କରିଥିବା ବେଳେ ମୂଖ୍ୟ ଅତିଥି ଭାବେ ବି ଆର ସି ସି ମୋହନ ରାଓ କଣ୍ଡାଗରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ ବିଷମକଟକ ର ବରିଷ୍ଠ ଶିକ୍ଷକ ରାଜେଶ ବିଶ୍ୱାଳ ମୂଖ୍ୟ ବକ୍ତା ଓ ବି ଆର ସି ସି ବିଜୟ ସେଠୀ, ପବିତ୍ର ମୋହନ ନାୟକ ସଂମ୍ମାନ ଅତିଥି ଭାବେ ମଞ୍ଚାସିନ ରହିଥିଲେ ।ଏଥିରେ ୧୩ଟି ଆଞ୍ଚଳିକ ସାଧନା କେନ୍ଦ୍ରର  ବରିଷ୍ଠ ଓ କନିଷ୍ଠ ଓ ଉପ କନିଷ୍ଠ ବିଭାଗର  ମୋଟ ୧୯୫ଜଣ ଛାତ୍ରଛାତ୍ରୀ ମାନେ ମଣ୍ଡଳ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଛାତ୍ର ଛାତ୍ରୀ ମାନଙ୍କୁ ନେଇ ପ୍ରତିଯୋଗିତା ଗୁଡିକ ହେଲା କୁଇଜ, ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, ସୃଜନଶୀଳ ଲିଖନ, ବକୃତା, ସଂଗୀତ, ଓଡ଼ିଆ ହସ୍ତାକ୍ଷର, ଦଳଗତ ନୃତ୍ୟ ଆୟୋଜନ ହୋଇଥିଲା ।ଏଥିରେ କୃତିତ୍ୱ ଅର୍ଜନ କରିଥିବା ସମସ୍ତ ବିଭାଗର ପ୍ରତିଯୋଗୀ ମାନଙ୍କୁ ଅତିଥୀଙ୍କ ଦ୍ୱାରା ପୁରସ୍କୃତ କରିବା ସହ ପ୍ରଥମ ସ୍ଥାନ ଅଧିକାର କରିଥିବା ସମସ୍ତ ପ୍ରତିଯୋଗୀ ମାନେ ଜିଲା ସ୍ତରୀୟ ସୁରଭିରେ ଭାଗ ନେବେ ବୋଲି ଜଣାପଡିଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories