www.samajalive.in
Saturday, December 13, 2025
14.1 C
Bhubaneswar

ଭୋଟର ତାଲିକା ସଂକ୍ଷିପ୍ତ ସଂଶୋଧନ ଅଭିଯାନ ଉପଲକ୍ଷେ ପଥ ଉତ୍ସବ ଆୟୋଜିତ

ଆଠଗଡ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି । ଏହି ଅଭିଯାନ ଅକ୍ଟୋବର ୨୯ ତାରିଖରୁ ନଭେମ୍ବର ୨୮ ପର୍ଯ୍ୟନ୍ତ ଚାଲିବ । ଏହି ଉପଲକ୍ଷେ ଆଠଗଡରେ ମଙ୍ଗଳବାର ପଥ ଉତ୍ସବ, ଗଣ ପଦଯାତ୍ରା ଓ କଲେଜ ଛାତ୍ରମାନଙ୍କ ମଧ୍ଯରେ ବିଭିନ୍ନ ପ୍ରତିଯୋଗିତା ସହ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ସକାଳ ୭.୩୦ରେ ଗୋପବନ୍ଧୁ ବିଜ୍ଞାନ କଲେଜଠାରୁ ଆରମ୍ଭ ହୋଇଥିବା ଗଣ ପଦଯାତ୍ରାରେ ଶତାଧିକ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା, ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, କର୍ମଚାରୀ, ବୁଥସ୍ତରୀୟ ଅଧିକାରୀ, ସାଧାରଣ ଲୋକ ଏବଂ ଗଣମାଧ୍ୟମ ପ୍ରତିନିଧି ଯୋଗଦାନ କରିଥିଲେ । ଏହି ପଦଯାତ୍ରାକୁ ଉପଜିଲ୍ଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମା ସବୁଜ ପତାକା ଦେଖାଇ ଉଦଘାଟନ କରିଥିବାବେଳେ ଶୋଭାଯାତ୍ରା ସହର ପରିକ୍ରମା କରି ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପରେ ପହଞ୍ଚିଥିଲା । ସେଠାରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରଙ୍ଗୋଲି, ଦେଶାତ୍ମବୋଧକ ସଂଗୀତ ଓ ନୃତ୍ୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ସହକାରୀ ଜିଲ୍ଲାପାଳ ଶୁଭକଲ୍ୟାଣୀ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ସଚେତନତା ସଭାରେ ମୁଖ୍ଯଅତିଥି ଭାବେ ଉପଜିଲ୍ଲାପାଳ ଶ୍ରୀ ଶର୍ମା, ତହସିଲଦାର କ୍ଷେତ୍ରମୋହନ ସ୍ୱାଇଁ, ଡେପୁଟି କଲେକ୍ଟର ମଧୁସ୍ମିତା ବିଶି, ଏନଏସି କାର୍ଯନିର୍ବାହୀ ଅଧିକାରୀ ଡଃ ପ୍ରଦୀପ କୁମାର ସାହା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏକ ସୁସ୍ଥ ଓ ସୁଦୃଢ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ବହୁଳ ମତଦାନ ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ । ଆଗାମୀ ୨୦୨୫ ଜାନୁଆରୀ ୧ ତାରିଖ ସୁଦ୍ଧା ୧୮ ବର୍ଷ ପୁରଣ କରୁଥିବା ପ୍ରତ୍ୟେକ ଯୁବକ/ଯୁବତୀ ସେମାନଙ୍କର ନାମ ଭୋଟର ତାଲିକାରେ ସଂଯୋଗ କରିବା ଲାଗି ଏବେ ଆବେଦନ କରିପାରିବେ ବୋଲି ସୂଚନା ଦିଆଯାଇଥିଲା । ସହକାରୀ ଯୋଗାଣ ଅଧିକାରୀ ଜଗମୋହନ ଦାସ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ହେମନ୍ତ କୁମାର ଜେନା ଓ କେତେକ ବୁଥସ୍ତରୀୟ ଅଧିକାରୀ ନିର୍ବାଚନ ପ୍ରକ୍ରିୟା ଓ ଭୋଟର ତାଲିକା ସଂଶୋଧନ ଉପରେ ବକ୍ତବ୍ଯ ରଖିଥିଲେ । ଏହି ଅବସରରେ ଅତିଥିମାନଙ୍କ ଦ୍ବାରା ପୂର୍ବ ସଂଶୋଧିତ ଭୋଟର ତାଲିକା ଉନ୍ମୋଚିତ ହେବା ସହିତ ଏକ ଦସ୍ତଖତ ଅଭିଯାନ ମଧ୍ଯ ଆୟୋଜନ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଗୋପବନ୍ଧୁ ବିଜ୍ଞାନ କଲେଜ, ଗୋପବନ୍ଧୁ ମହିଳା ସ୍ନାତକ କଲେଜ ଓ ଗୋପବନ୍ଧୁ ମହିଳା କନିଷ୍ଠ କଲେଜର ଛାତ୍ରଛାତ୍ରୀ ବହୁ ସଂଖ୍ୟାରେ ଯୋଗଦେଇଥିଲେ । ସହକାରୀ ଜିଲ୍ଲାପାଳ ମାନସ ରଞ୍ଜନ ବେହେରା ଓ କାଜଲ କୁମାର ମଲ୍ଲିକ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଏଥିରେ ସହଯୋଗ କରିଥିଲେ । ସହକାରୀ ଜିଲ୍ଲାପାଳ ସୁଶ୍ରୀ ମହାପାତ୍ର ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories