www.samajalive.in
Saturday, December 13, 2025
23.1 C
Bhubaneswar

ଜାତୀୟ ସେବା ଯୋଜନା ପକ୍ଷରୁ ପ୍ରଶିକ୍ଷଣ ଶିବିର

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ଜୀବନ ଜ୍ୟୋତି ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଯୋଜନା ତରଫରୁ ମଙ୍ଗଳବାର ଦିନ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଜାତୀୟ ସେବା ଯୋଜନା ଅଧିକାରୀ ଅଧ୍ୟାପକ ପ୍ରମୋଦ କୁମାର ନାୟକ ଏବଂ ଅଧ୍ୟାପିକା ସସ୍ମିତା ଲୋହାରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରାଧ୍ୟାପକ ପ୍ରଭାକର ରାଜୁ ସଭାପତିତ୍ଵ କରିଥିଲେ । ମୁଖ୍ୟ ଅତିଥି ଭାବେ ଜାତୀୟ ସେବା ଯୋଜନାର ଜିଲ୍ଲା ଅଧିକାରୀ ତଥା କଳିଙ୍ଗ ମହାବିଦ୍ୟାଳୟ ଅଧ୍ୟାପକ ଡାଃ ନଳିନକାନ୍ତ ପାଣିଗ୍ରାହୀ ଯୋଗଦେଇଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ସଂମ୍ମାନିତ ଅତିଥି ଭାବେ ମହାବିଦ୍ୟାଳୟର ବରିଷ୍ଠ ପ୍ରାଧ୍ୟାପକ ଉମାକାନ୍ତ ରଥ, ବେଣୁପାଣି ମହାପାତ୍ର ଯୋଗ ଦେଇଥିଲେ । ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ପ୍ରଶିକ୍ଷଣ ଶିବିରରେ ନୂତନ ଭାବେ ଯୋଗଦାନ କରିଥିବା ସ୍ଵେଛାସେବୀ ମାନଙ୍କୁ ଜାତୀୟ ସେବା ଯୋଜନାର ଲକ୍ଷ୍ୟ, ଉଦ୍ଦେଶ୍ୟ, ଆଭିମୁଖ୍ୟ ସମ୍ବନ୍ଧରେ କହିବା ସହ ସମାଜସେବା ନିମନ୍ତେ ପ୍ରୋତ୍ସାହିତ କରିଥିଲେ । ଅଞ୍ଚଳ ବିକାଶରେ ସ୍ଵତନ୍ତ୍ର ଅବଦାନ ଏବଂ ସମାଜସେବା ପାଇଁ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଅତିଥି ମାନେ ସମ୍ବର୍ଦ୍ଧନା କରିଥିଲେ । କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା , ଛାତ୍ର ଛାତ୍ରୀ ଏବଂ କର୍ମଚାରୀ ମାନେ ଭାଗ ନେଇଥିଲେ । ଅଧ୍ୟାପକ ପ୍ରମୋଦ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅଧ୍ୟାପିକା ସସ୍ମିତା ଲୋହାର ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories