www.samajalive.in
Sunday, December 14, 2025
23.1 C
Bhubaneswar

ବିଶ୍ୱ ମସ୍ତିସ୍କାଘାତ ଦିବସରେ ସଚେତନତା

ଆଠଗଡ: ବ୍ରହ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିନ ଯୋରନ୍ଦା ସେକ୍ଟର ଅନ୍ତର୍ଗତ ରାଧାଗୋବିନ୍ଦପୁର ପଞ୍ଚାୟତ କାର୍ଯ୍ୟାଳୟଠାରେ ବିଶ୍ବ  ଷ୍ଟ୍ରୋକ୍  ବା ମସ୍ତିସ୍କାଘାତ ଦିବସ ଅବସରରେ ଜନସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ବରିଷ୍ଠ ବହୁମୁଖୀ ସ୍ଵାସ୍ଥ୍ଯ ପରିଦର୍ଶକ ମହମଦ୍ ଅସଲମଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଡାକ୍ତର ସିଦ୍ଧାର୍ଥ ବେହେରା ଯୋଗଦେଇ ଷ୍ଟ୍ରୋକ୍ ବା ଘାତ ବିଶେଷକରି ମସ୍ତିସ୍କାଘାତର କାରଣ, ଲକ୍ଷଣ, ନିରାକରଣ ଓ ଚିକିତ୍ସା ସମ୍ପର୍କରେ ବିସ୍ତୃତ ଭାବେ ବୁଝାଇଥିଲେ । ମଧୁମେହ ଓ ରକ୍ତଚାପ ନିୟନ୍ତ୍ରଣ ଦ୍ବାରା ଏହି ରୋଗର ପ୍ରତିରୋଧ କରାଯାଇପାରିବ ବୋଲି ଡାକ୍ତର ବେହେରା ଏବଂ ଶ୍ରୀ ଅସଲମ୍ କହିବା ସହ ନିୟମିତ ରକ୍ତଚାପ ଓ ମଧୁମେହ ପରୀକ୍ଷା କରିବା ଓ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଚିକିତ୍ସା କରାଇବା ଉପରେ ଗୁରୁତ୍ଵାରୋପ କରିଥିଲେ । ଏଥିରେ ପଞ୍ଚାୟତ ପିଇଓ ଡେଜିନା ପ୍ରିୟଦର୍ଶିନୀ, ସ୍ଵାସ୍ଥ୍ଯକର୍ମୀ ପୁଷ୍ପାଞ୍ଜଳି ପ୍ରଧାନ, ବିଜୟ କୁମାର ଜେନା, ସମସ୍ତ ଅଙ୍ଗନବାଡି ଓ ଆଶା କର୍ମୀଙ୍କ ସମେତ ଗାଁ କଲ୍ୟାଣ ସମିତିର ସଦସ୍ୟ ଯୋଗାଯୋଗ କରିଥିଲେ ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories