www.samajalive.in
Sunday, December 7, 2025
14.1 C
Bhubaneswar

ପରକୀୟା ପ୍ରୀତି: ଗୋଷ୍ଠୀ ସଂଘର୍ଷରେ ଚାଲିଗଲା ୫ ଜୀବନ

ସୁନ୍ଦରଗଡ: ସୁନ୍ଦରଗଡରେ ଅଭାବନୀୟ ଘଟଣା ଘଟିଛି। ଗୋଷ୍ଠୀ ସଂଘର୍ଷରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ସୁନ୍ଦରଗଡ ସଦର ଥାନା କରମଡିହି ଅଞ୍ଚଳରେ ଏଭଳି ଅଘଟଣ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଗୀତାପଡାରେ ଦୁଇ ଯାଜାବର ଗୋଷ୍ଠୀ ମଧ୍ୟରେ ଭୟଙ୍କର ସଂଘର୍ଷ ହୋଇଥିଲା। ଏଥିରେ ୩ ମହିଳାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଛି। ଦୁଇ ଆହତଙ୍କୁ ସୁନ୍ଦରଗଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ପରକୀୟା ପ୍ରୀତିରୁ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ତେବେ ଆକ୍ରମଣକାରୀ ଗୋଷ୍ଠୀ ଜଣେ ମହିଳା ଏବଂ ଦୁଇ ଶିଶୁଙ୍କୁ ନେଇ ଫେରାର ହୋଇଯାଇଥିବାବେଳେ ସେମାନଙ୍କୁ ଧରିବାକୁ ପୁଲିସ୍ ଉଦ୍ୟମ ଜାରି ରଖିଛି। ଘଟଣାସ୍ଥଳରେ ପଶ୍ଚିମାଞ୍ଚଳ ଡିଆଇଜି ଏବଂ ସୁନ୍ଦରଗଡ ଏସପି ପହଞ୍ଚିଛନ୍ତି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories