www.samajalive.in
Friday, December 12, 2025
14.1 C
Bhubaneswar

ପୁରୀ ସଦର ସମଗରା ଗ୍ରାମରେ ହତ୍ୟାକାଣ୍ଡ-ପୁଅ ମୃତ, ବାପ ଗୁରୁତର

ପୁରୀ : ପୁରୀ ସଦର ଥାନା ଅନ୍ତର୍ଗତ ସମଗରା ଗ୍ରାମରେ ବୁଧବାର ରାତିରେ ହତ୍ୟାକାଣ୍ଡ ଘଟିଛି। ସେଥିରେ ପ୍ରକାଶ ସ୍ବାଇଁ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ପୁଲିସ ସୂଚନା ଦେଇଛି। ତାଙ୍କ ବାପା ରବି ସ୍ବାଇଁ ଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଜମି ବିବାଦକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଛି। ପ୍ରକାଶ ଏବଂ ରବିଙ୍କୁ ସେହି ଗ୍ରାମର କିଛି ବ୍ୟକ୍ତି ବିଭିନ୍ନ ମାରଣାସ୍ତ୍ରରେ ଅଚାନକ ଆକ୍ରମଣ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଲୋକେ ଦୁଇଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ପ୍ରକାଶଙ୍କୁ ମୃତ ଘୋଷଣା କରିଛନ୍ତି।

ରବିଙ୍କୁ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗ୍ରାମରେ ଉତ୍ତେଜନା ଲାଗି ରହିଛି। ଆକ୍ରମଣକାରୀ ମାନେ ଫେରାର ହୋଇ ଯାଇଛନ୍ତି। ସେମାନଙ୍କୁ ଗିରଫ କରିବା ପାଇଁ ପୁଲିସ ଉଦ୍ୟମ ଚଳାଇଛି। ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଶିଲ କୁମାର ମିଶ୍ର ଘଟଣା ସ୍ଥଳକୁ ଯାଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories