www.samajalive.in
Tuesday, December 9, 2025
17.1 C
Bhubaneswar

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପୂର୍ବଛାତ୍ର ରଜତଙ୍କୁ ସମ୍ବର୍ଦ୍ଧନା

କେନ୍ଦୁଝରଗଡ଼: କେନ୍ଦୁଝରଗଡ଼଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପୂର୍ବଛାତ୍ର ରଜତ କୁମାର ପଢ଼ିଆରୀ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ପାଇଥିବାରୁ ବିଦ୍ୟାଳୟ ତରଫରୁ ମଙ୍ଗଳବାର ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା କରାଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ବିଦ୍ୟାଳୟ ପରିଚାଳନା ସମିତି ସମ୍ପାଦକ ସୁଧାଂଶୁ ଶେଖର ପଣ୍ଡା ଓ କୋଷାଧ୍ୟକ୍ଷ ବିଜୟ କୁମାର ଦୀକ୍ଷିତ ଉପସ୍ଥିତ ରହି ରଜତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଶ୍ରୀ ପଢ଼ିଆରୀ ବିଦ୍ୟାଳୟର ଶିଶୁମାନଙ୍କ ଉଦ୍ଦେଶ୍ୟରେ ନିଜର ପ୍ରେରଣାଦାୟୀ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଅଲେଖ ମହାନ୍ତ ପ୍ରାରମ୍ଭରେ ସ୍ୱାଗତ ଜଣାଇଥିବା ବେଳେ ବିଦ୍ୟାମନ୍ଦିର ପର୍ଯ୍ୟାୟ ପ୍ରମୁଖ ଦେବାଶିଷ ସାମଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଲମ୍ବୋଦର ମହାନ୍ତ ଓ ଦୟାନିଧି ମହାନ୍ତ ସହଯୋଗ କରିଥିଲେ। ସଭାରେ ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories