www.samajalive.in
Sunday, December 7, 2025
26.1 C
Bhubaneswar

ଜନ୍ମ ଜୟନ୍ତୀରେ ଲୌହମାନବଙ୍କୁ ଦେଶବ୍ୟାପୀ ଶ୍ରଦ୍ଧାଞ୍ଜଳୀ

ନୂଆଦିଲ୍ଲୀ : ଜନ୍ମ ଜୟନ୍ତୀରେ ଦେଶର ପ୍ରଥମ ଗୃହମନ୍ତ୍ରୀ ତଥା ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ମନେ ପକାଉଛି ସାରା ଦେଶ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର ସର୍ଦ୍ଦାର ସରୋବର ଡ୍ୟାମ୍ ପାଖରେ ନିର୍ମିତ ଷ୍ଟାଚ୍ୟୁ ଅଫ୍ ୟୁନିଟିକୁ ଯାଇ ଲୌହ ମାନବଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ସେଠାରେ ଭବ୍ୟ ପରେଡର ଆୟୋଜିତ ହୋଇଛି। ସ୍ଵାଧୀନତା ସମୟରେ ବିନା ରକ୍ତପାତରେ ଭାରତର ରାଜ୍ୟ ମାନଙ୍କୁ ଏକାଠି କରିବାରେ ପଟେଲଙ୍କ ଅବଦାନ ଥିଲା ଅତୁଳନୀୟ। ସେଥିପାଇଁ ତାଙ୍କୁ ଲୌହ ମାନବ ଉପାଧିରେ ଭୂଷିତ କରାଯାଇଥିଲା। ତାଙ୍କ ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ପଟେଲ ଜୟନ୍ତୀକୁ ଦେଶ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରିଆସୁଛି। ପଟେଲଙ୍କ ଜନ୍ମ ଜୟନ୍ତୀରେ ରାଷ୍ଟ୍ରପତି , ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ସହ ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories