www.samajalive.in
Sunday, December 14, 2025
17.1 C
Bhubaneswar

ରାଷ୍ଟ୍ରର ଏକତା, ଅଖଣ୍ଡତା ଏବଂ ସୁରକ୍ଷା ବଜାୟ ରଖିବାକୁ ଶପଥ ନେଲେ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀ 

ଭୁବନେଶ୍ୱର: ଆଜି ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷା ବଜାୟ ରଖିବା ନିମନ୍ତେ ଶପଥପାଠ କରିଛନ୍ତି । ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଉପଲକ୍ଷେ ସାରା ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଷ୍ଟ୍ରୀୟ ଏକତା ନେଇ ଶପଥ ପାଠ କରାଯାଇଛି ।
ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ କାର୍ଯ୍ୟାଳୟରେ ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ‘ରାଷ୍ଟ୍ରୀୟ ଏକତା’ର ଶପଥ ପାଠ କରାଇଥିଲେ । ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଦୂରଦୃଷ୍ଟି ଓ କାର୍ଯ୍ୟକୁ ସ୍ମରଣ କରିବା ସହ ଦେଶର ଏକତା ଅକ୍ଷୁଣ୍ଣ ରଖିବା ପାଇଁ ତାଙ୍କ ମନୋଭାବକୁ ସମ୍ମାନ ଜଣାଇ ଅଧିକାରୀ ଓ କର୍ମଚାରୀମାନେ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସୁନିଶ୍ଚିତ କରିବା ନିମନ୍ତେ ସତ୍ୟନିଷ୍ଠାର ସହ ସଂପୂର୍ଣ୍ଣ ଯୋଗଦାନ ଦେବାକୁ ସଂକଳ୍ପ ନେଇଥିଲେ ।
ଆଜିର ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ  ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ବିଶ୍ୱଜିତ ଦାଶ ଓ  ଗୁର୍‌ବୀର ସିଂହ, ବିଭାଗୀୟ ଉପ ନିର୍ଦ୍ଦେଶିକା ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଉପ ଶାସନ ସଚିବ ଏସ୍‌.କେ. କଲାମ୍‌, ବିତ୍ତ ପରାମର୍ଶଦାତା ପୃଥ୍ୱୀରାଜ ପାଣୀଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଶପଥ ପାଠ କରିଥିଲେ ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories