www.samajalive.in
Sunday, December 14, 2025
14.1 C
Bhubaneswar

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର:  ଆଜି ଦେଶବ୍ୟାପୀ ଇନ୍ଦିରା ଗାନ୍ଧୀଙ୍କ ପୂଣ୍ୟତିଥି ଅବସରରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ତାଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରା ଯାଇଛି । ଏହି ଉପଲକ୍ଷେ ଗୁରୁବାର ଜୟଦେବ ଭବନ ପରିସରରେ ଏକ ବିଶେଷ କାର୍ଯ୍ୟକ୍ରମରେ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ ଇନ୍ଦିରା ଗାନ୍ଧୀଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ଶ୍ରୀ ସାମଲ ଶ୍ରୀମତୀ ଗାନ୍ଧୀଙ୍କ ଦୃଢ଼ ନେତୃତ୍ୱ, ଜନତାଙ୍କ ପ୍ରତି ତାଙ୍କର ସମର୍ପଣ ଭାବ ଓ ସ୍ୱାଧୀନ ଭାରତକୁ ସୁଦୃଢ଼ କରିବାରେ ତାଙ୍କର ମୂଲ୍ୟବାନ ଭୂମିକା ଉପରେ ସ୍ମୃତି ଚାରଣ କରିଥିଲେ ।

କାର୍ଯ୍ୟକ୍ରମରେ ବିଭାଗର ବୈଷୟିକ ନିର୍ଦ୍ଦେଶକ ସୁରେନ୍ଦ୍ର ନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଉପ ନିର୍ଦ୍ଦେଶକ ସୁଚେତା ପ୍ରିୟଦିର୍ଶିନୀ,ଅର୍ଥ ପରାମର୍ଶଦାତା ପୃଥ୍ବୀରାଜ ପାଣି, ସହକାରୀ ଲୋକ ସମ୍ପର୍କ ଅଧିକାରୀ ପ୍ରମୋଦିନୀ ଟେଟେ ଏବଂ ଜୟଦେବ ଭବନର ପରିଚାଳକ ସରୋଜ କୁମାର ଶତପଥୀଙ୍କ ସମେତ ବିଭାଗର ଅନ୍ଯାନ୍ୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ପୁଷ୍ପାଞ୍ଜଳି ଅର୍ପଣ ପୂର୍ବକ ସ୍ବର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଆଦର୍ଶ, ତ୍ୟାଗ ଓ ଅଦମ୍ୟ ସାହସ ଏବଂ ଭାରତର ପ୍ରଗତିରେ ତାଙ୍କର ଅବଦାନକୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories