www.samajalive.in
Sunday, December 14, 2025
16.1 C
Bhubaneswar

ରାଷ୍ଟ୍ରପତି ଭବନରେ କୋଣାର୍କ ଚକର ପ୍ରତିକୃତି

ଭୁବନେଶ୍ଵର; ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ସ୍ଥାପନ କରାଯାଇଛି। ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କୋଣାର୍କ ଚକ ସ୍ଥାପନ ରଖାଯାଇଛି। ରାଷ୍ଟ୍ରପତି ଭବନରେ ପାରମ୍ପରିକ ସାଂସ୍କୃତିକ ଓ ଐତିହାସିକ ଉପାଦାନକୁ ସାମିଲ କରିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପର ଏହା ହେଉଛି ଗୋଟିଏ ଅଂଶବିଶେଷ।

ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ମାନ୍ୟତା ପାଇଥିବା କୋଣାର୍କ ସୂର୍ଯ୍ୟ ମନ୍ଦିର ଓଡ଼ିଶାର ମନ୍ଦିର ସ୍ଥାପତ୍ୟର ଏକ ଉତ୍କୃଷ୍ଟ ନମୁନା। ସୂର୍ଯ୍ୟ ଦେବତାଙ୍କୁ ନେଇ ଯାଉଥିବା ଏକ ବିରାଟ ରଥ ଆକାରରେ ଏହା ନିର୍ମିତ ହୋଇଥିଲା। କୋଣାର୍କ ଚକ ଭାରତର ସାଂସ୍କୃତିକ ଐତିହ୍ୟର ପ୍ରତୀକ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories