ଆମ୍ବ ଟାକୁଆ ଖାଇ ୨ ମୃତ
ସମାଜ ଡିଜିଟାଲ ଡେସ୍କ: ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମଣ୍ଡିପଙ୍କା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଏଥିରେ ଅନ୍ୟ କିଛି ଲୋକ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଜଣେ ଯୁବତୀ ଥିବା ଜଣାପଡ଼ିଛି।
ଆଦିବାଦୀ ଅଧ୍ୟୁଷିତ ଏହି ଅଞ୍ଚଳରେ ବାରମ୍ବାର ଏପରି ଘଟଣା ଘଟୁଥିବା ସାମ୍ନାକୁ ଆସିଛି। ଦାରିଦ୍ର୍ୟ ଏବଂ ସଚେତନତା ଅଭାବରୁ ଲୋକମାନେ ଆମ୍ବ ଟାକୁଆକୁ ଜାଉ କରି ଖାଇବାକୁ ବାଧ୍ୟ ହେଉଛନ୍ତି। ଯାହାଫଳରେ ଏପରି ଘଟଣା ଘଟୁଛି ବୋଲି ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।
Comments are closed.