ପୁରୀ ବାଣ ବିସ୍ଫୋରଣ ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ୨ଜଣଙ୍କ ମୃତ୍ୟୁ
ସମାଜ ଡିଜିଟାଲ ଡେସ୍କ: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ଅନ୍ୟ ଜଣେ ଯୁବକଙ୍କର କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା।
ପୁରୀ ସଦର ଥାନା ଅନ୍ତର୍ଗତ ବାଟଗାଁରେ ବାଣ ପ୍ରସ୍ତୁତି ସମୟରେ ବିସ୍ଫୋରଣ ଘଟିବାରୁ ୩ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ଜଣଙ୍କୁ ଭୁବନେଶ୍ଵର ଏବଂ ଅନ୍ୟ ଜଣଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ଚିକିତ୍ସାଧୀନ ଅଛନ୍ତି।
Comments are closed.