www.samajalive.in
Tuesday, December 9, 2025
15.1 C
Bhubaneswar

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦେଶ

ସମାଜ ଡିଜିଟାଲ ଡେସ୍କ/ଦାରିଙ୍ଗବାଡ଼ି: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ମଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ୨ ଜଣ ପ୍ରାଣ ହରାଇବା ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସ୍ଵାସ୍ଥ୍ୟ ବିଭାଗର ଏକ ଟିମ୍ ମଣ୍ଡିପଙ୍କା ଗାଁକୁ ଯାଇ ଘଟଣାର ତଦନ୍ତ କରିବା ସହିତ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବ। ରିପୋର୍ଟ ମିଳିବା ପରେ ପ୍ରକୃତରେ କ’ଣ ହୋଇଛି ତାହା ଜଣାପଡ଼ିବ ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ମଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୬ ଜଣ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି।  ମୃତକମାନେ ହେଲେ ରୁମିତା ପାଟମାଝୀ(୨୫) ଓ ରୁନୁ ମାଝୀ(୨୮)। ଅସୁସ୍ଥଙ୍କ ମଧ୍ୟରେ ପ୍ରଭାତୀ ପାଟମାଝୀ (୩୨), ଡ୍ରାଙ୍ଗାଲୁ ପାଟମାଝୀ (୫୫), ଟୁନି ମାଝୀ (୪୫), ସୁଷମା ପାଟମାଝୀ (୨୮), ଜିତା ମାଝୀ (୩୦), ଜେବନ୍ତ ମାଝୀ (୩୦) ରହିଛନ୍ତି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ସେମାନଙ୍କ ଚିକିତ୍ସା ଜାରି ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories