www.samajalive.in
Sunday, December 14, 2025
14.1 C
Bhubaneswar

ବାର୍‌ରେ ନୃତ୍ୟ ହେଲେ ଲାଇସେନ୍ସ ରଦ୍ଦ ହେବ

ସମାଜ ଡିଜିଟାଲ ଡେସ୍କ: ଏଣିକି ବାର୍‌ଗୁଡ଼ିକରେ ଡ୍ୟାନ୍ସ ଆୟୋଜନ ହେଲେ ଲାଇସେନ୍ସ ରଦ୍ଦ କରାଯିବ। ବାର୍‌ରେ ଅଶ୍ଳୀଳ ନୃତ୍ୟ ଯୋଗୁ ସୃଷ୍ଟି ହେଉଥିବା ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏ ନେଇ ଏକ ଗାଇଡ୍‌ଲାଇନ ଜାରି କରାଯାଇଛି। ତାହାକୁ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ସ୍ଵରୂପ ଲାଇସେନ୍ସ ରଦ୍ଦ କରାଯିବ ବୋଲି ଆଇନ ତଥା ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବାରଗୁଡ଼ିକରେ ମ୍ୟୁଜିକ ଡେସିବେଲ ଧାର୍ଯ୍ୟ ମାନଦଣ୍ଡ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଓଡ଼ିଆ ଅସ୍ମିତା ଏବଂ ସଂସ୍କୃତି ବିରୋଧୀ କାର୍ଯ୍ୟ କରିବାକୁ ଦିଆଯିବନି ବୋଲି ମନ୍ତ୍ରୀ କହିଛନ୍ତି। ସୂଚନା ଅନୁସାରେ, ପୂର୍ବରୁ ରାଜଧାନୀର କେତେକ ବାରରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅଶ୍ଳୀଳ ନୃତ୍ୟ ସାଙ୍ଗକୁ ଅନୈତିକ କାର୍ଯ୍ୟକଳାପ ହେଉଥିବା ନେଇ ଅଭିଯୋଗ ହୋଇଆସୁଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ଏଭଳି ପଦକ୍ଷେପ ନେଇଥିବା କୁହାଯାଉଛି।

Hot this week

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

Related Articles

Popular Categories