www.samajalive.in
Saturday, December 6, 2025
23.1 C
Bhubaneswar

ଡିସେମ୍ବରରେ ମିଳିବ ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା- ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବାକୁ ଥିବା ବେଳେ ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ଡିସେମ୍ବର ଶେଷ ସୁଦ୍ଧା ୧ କୋଟିରୁ ଅଧିକ ମହିଳାଙ୍କୁ ଟଙ୍କା ମିଳିବ । ଖାରଜ ଆବେଦନର ରିଚେକ୍‌ ପାଇଁ ବିଡିଓଙ୍କୁ ନୋଡାଲ ଏଜେନ୍ସି ଭାବରେ ଦାୟିତ୍ୱ ଦିଆଯାଇଛି । ଜିଲାସ୍ତରରେ ଜିଲା ମଙ୍ଗଳ ଅଧିକାରୀଙ୍କୁ ନେଇ ୩ ଜଣିଆ କମିଟି ହୋଇଛି । ଖାରଜ ହିତାଧିକାରୀଙ୍କୁ ଅଙ୍ଗନବାଡି ଦିଦିଙ୍କ ଜରିଆରେ ନୋଟିସ୍‌ ହେବ । ଜମି ଆଧାରରେ ଖାରଜ ହୋଇଥିଲେ ତହସିଲଦାର, ଆରଆଇ ପୁନଃ ଯାଞ୍ଚ କରିବେ। ଖାରଜ ୨ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ଜମି ଆଧାରରେ, ବ୍ୟାଙ୍କ ଲିଙ୍କ୍‌ ପାଇଁ କଟିଥିଲେ ବ୍ୟାଙ୍କ ସହ ଯୋଗାଯୋଗ କରି ଜଣାଇବେ। ଅଙ୍ଗନବାଡି କର୍ମୀ, ଏମ୍‌ବିକେମାନଙ୍କୁ ଯାଞ୍ଚ କରି ଟଙ୍କା ଦିଆଯିବ ବୋଲି ସୂଚନା ମିଳିଛି ।

ନଭେମ୍ବର ୭ରେ ଶୁକ୍ର କରିବେ ରାଶି ପରିବର୍ତ୍ତନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories