www.samajalive.in
Sunday, December 14, 2025
23.1 C
Bhubaneswar

କମିଟି ନିଷ୍ପତ୍ତି ଅନୁସାରେ ଗ୍ରହଣ କରାଯାଏ ସୁରକ୍ଷା ବ୍ୟବସ୍ଥା: ଡିଜିପି

ଭୁବନେଶ୍ଵର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନଙ୍କ ସହ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ ପ୍ରସଙ୍ଗ। ପୁଲିସ୍ ଡିଜି ଓ୍ବାଇ.ବି ଖୁରାନିଆ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଏହା ଏକ ନିୟମିତ ପ୍ରକ୍ରିୟା । ସମୟ ଅନୁସାରେ ରାଜ୍ୟସ୍ତରୀୟ କମିଟି ରିଭ୍ୟୁ କରେ ଏବଂ କମିଟି ଯାହା ନିଷ୍ପତ୍ତି ନିଏ, ସେ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଏ। ରାଜ୍ୟ ସରକାର ଭିକେ ପାଣ୍ଡିଆନ୍ ଏବଂ ପୂର୍ବତନ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀଙ୍କୁ ହଟାଇ ଦେଇଛନ୍ତି। ସେହିପରି ଅସିତ୍ ତ୍ରିପାଠୀଙ୍କ ସୁରକ୍ଷା ଦାୟିତ୍ଵରେ ଥିବା ୩ ଜଣ ସୁରକ୍ଷା କର୍ମୀଙ୍କୁ ମଧ୍ୟ ପ୍ରତ୍ୟାହାର କରି ନିଆଯାଇଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories