www.samajalive.in
Monday, December 8, 2025
24.1 C
Bhubaneswar

ସଫଳ ମଣିଷ କରି ଗଢି ତୋଳିବା ଶିକ୍ଷକଙ୍କ ଦାୟିତ୍ଵ : ରାଜ୍ୟପାଳ

ସୁଆଣ୍ଡୋ : ପାଠ ପଢାଇବା ବେଳେ ଛାତ୍ରଛାତ୍ରୀଙ୍କ ଚୈତନ୍ୟ ଜାଗ୍ରତ କରି ସେମାନଙ୍କୁ ସଫଳ ମଣିଷ ଟିଏ କରି ଗଢି ତୋଳିବାର ଦାୟୀତ୍ବ ଶିକ୍ଷକ ମାନଙ୍କର ରହିଛି ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଥିଲେ । ସତ୍ୟବାଦୀ ବ୍ଲକ ଅଳଗୁମ ଜାଗେଶ୍ୱରୀ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଏହା କହିଛନ୍ତି।  ଏଥିରେ ସମ୍ମାନିତ ଅତିଥି ଭାବେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ,  ଭାରତୀୟ ଭାଷା ସାହିତ୍ୟ ସଂସ୍କୃତି ସଚିବ ମନୋରଞ୍ଜନ ପାଣିଗ୍ରାହୀ ମୁଖ୍ୟବକ୍ତା, ଗାଳ୍ପିକ ପରେଶ କୁମାର ପଟ୍ଟନାୟକ ପ୍ରମୁଖ ଯୋଗଦେଇ ବିଦ୍ୟା ଅର୍ଜନ ସହିତ ଉତ୍ତମ ଚରିତ୍ର ଗଠନ କରି ଛାତ୍ରଛାତ୍ରୀମାନେ ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ । ବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ପୁରାତନ ଛାତ୍ରମାନଙ୍କୁ ରାଜ୍ୟପାଳ ସମ୍ବର୍ଦ୍ଧିତ କରିଥିଲେ । ଜୟନ୍ତୀ କମିଟି ସଭାପତି ଡ. ବ୍ରଜକିଶୋର ଜେନା ଏଥିରେ ଅଧ୍ୟକ୍ଷତା କରିଥିଲେ । ବିଦ୍ୟାଳୟ ପ୍ରଧାନଶିକ୍ଷକ କୈଳାସ ଚନ୍ଦ୍ର ଜେନା ସ୍ବାଗତ ଭାଷଣ ଦେଇଥିବା ବେଳେ ଅଞ୍ଜନ କୁମାର ହୋତା କାର୍ଯ୍ୟକ୍ରମ   ସଂଯୋଜନା କରିଥିଲେ ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories