www.samajalive.in
Tuesday, December 9, 2025
17.1 C
Bhubaneswar

ଗଛରେ ପିଟି ହେଲା କାର, ୪ ଯୁବକ ଗୁରୁତର

ସମାଜ ଡିଜିଟାଲ ଡେସ୍କ/ବୌଦ୍ଧ: ବୌଦ୍ଧରୁ ଫୁଲବାଣୀ ଯାଉଥିବା ଏକ କାର ବୌଦ୍ଧ-କନ୍ଧମାଳ ସୀମାନ୍ତ ଘୋଡାଡିଆଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ପୁରୁଣାକଟକ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ବୌଦ୍ଧ ମୁଖ୍ୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ଆହତ ଯୁବକମାନେ ହେଲେ ବୌଦ୍ଧ ସହରର ଶିଭମ ଅଗ୍ରୱାଲ, କ୍ରିସ୍ ଅଗ୍ରୱାଲ, ଧ୍ରୁବ ସାହୁ, ରୋହିତ ସାହୁ।

ସୂଚନାମୁତାବକ ବୌଦ୍ଧ ସହରର ୪ଜଣ ଯୁବକ ଗତକାଲି ରାତିରେ ବୌଦ୍ଧରୁ ଫୁଲବାଣୀ ଅଭିମୁଖେ ବାହାରିଥିବା ବେଳେ ପୁରୁଣାକଟକ ଥାନା ଅନ୍ତର୍ଗତ ଘୋଡାଡିଆଁ ନିକଟରେ ଭାରସାମ୍ୟ ହରାଇ କାରଟି ରାସ୍ତା କଡରେ ଥିବା ଗଛକୁ ଧକା ଦେଇଥିଲା। ଫଳରେ ୪ଜଣ ଯୁବକ ଗୁରୁତର ହୋଇଥିଲେ । ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।  ଯୁବକ ମାନଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ଭୁବନେଶ୍ବର, ବରଗଡ, ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ପୁରୁଣାକଟକ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories