www.samajalive.in
Saturday, December 13, 2025
26.1 C
Bhubaneswar

୧୮ରୁ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୧୮ ତାରିଖରୁ ୩ ଦିନିଆ ବିଦେଶ ଗସ୍ତରେ ଯିବେ। ୨୦୨୫ ଜାନୁଆରୀ ୨୮ ଓ ୨୯ରେ ଦୁଇଦିନ ଧରି ଭୁବନେଶ୍ବରରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା, ମେକ-ଇନ୍ ଓଡ଼ିଶା କନ୍‌କ୍ଲେଭ ପାଇଁ ନିବେଶକଙ୍କୁ ଆମନ୍ତ୍ରଣ କରିବା ସକାଶେ ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପମନ୍ତ୍ରୀ ଓ ବହୁ ବରିଷ୍ଠ ଅଧିକାରୀ ସିଙ୍ଗାପୁର ଗସ୍ତ କରିବା କାର୍ଯ୍ୟକ୍ରମ ସ୍ଥିର ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସିଙ୍ଗାପୁରରେ ରୋଡ ଶୋ’ କରିବା ସହିତ ନିବେଶକଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ପୂର୍ବରୁ ମୁଖ୍ୟମନ୍ତ୍ରୀ ଉତ୍କର୍ଷ ଓଡ଼ିଶା ଓ ମେକ୍‌-ଇନ ଓଡ଼ିଶା କନକ୍ଲେଭ ପାଇଁ ନୂଆଦିଲ୍ଲୀ ଓ ମୁମ୍ବାଇ ଗସ୍ତ କରି ଉଭୟ ସ୍ଥାନରେ ରୋଡ ଶୋ କରି ନିବେଶକ ସମ୍ମିଳନୀରେ ଯୋଗଦେଇଥିଲେ। ଏହି ସମ୍ମିଳନୀରେ ସେ ଦେଶବିଦେଶର ବହୁ ଶିଳ୍ପପତିଙ୍କୁ ଭେଟି ଉତ୍କର୍ଷ ଓଡ଼ିଶା ଓ ମେକ-ଇନ ଓଡ଼ିଶା କନକ୍ଲେଭରେ ଯୋଗଦେବାକୁ ଆମନ୍ତ୍ରଣ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories