www.samajalive.in
Monday, December 15, 2025
15.1 C
Bhubaneswar

କାର୍ତ୍ତିକ ମାସର ତୃତୀୟ ସୋମବାର, ଚଳଚଞ୍ଚଳ ଧବଳେଶ୍ୱରଙ୍କ ପୀଠ

କଟକ: ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର। ତେଣୁ ଶ୍ରକ୍ଷେତ୍ର ପୁରୀ ସହ ରାଜ୍ୟର ସମସ୍ତ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇଉଠିଛି । ସୋମବାର ଅବସରରେ ଆଠଗଡ଼ର ବାବା ଧବଳେଶ୍ୱରଙ୍କ ପୀଠରେ ପ୍ରବଳ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି।  ଭୋର ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ କରାଯିବା ପରେ ମଙ୍ଗଳଆଳତୀ, ମଇଲମ୍‌‌, ବାଳଭୋଗ ଆଦି ନୀତିକାନ୍ତି ସମ୍ପନ୍ନ ହୋଇଛି। ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। କାର୍ତ୍ତିକ ସୋମବାର ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି। ଏଥିପାଇଁ କାର୍ତ୍ତିକ ମାସ ସାରା ଓଡିଶାର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତଙ୍କ ସୁଅ ଛୁଟେ। ସେହିପରି ନୟାଗଡ଼ ଜିଲାର ଲଡୁବାବାଙ୍କ ପୀଠରେ ଶହଶହ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶରଣକୂଳରେ ମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories