www.samajalive.in
Sunday, December 14, 2025
14.1 C
Bhubaneswar

ଭୁବନେଶ୍ବରରେ ମରଣାନ୍ତକ ଆକ୍ରମଣ, ପୁଲିସର ଛାନଭିନ ଆରମ୍ଭ

ଭୁବନେଶ୍ବର: ଭୁବନେଶ୍ବର ପଳାସପଲ୍ଲୀ ଅଞ୍ଚଳରେ ଜଣେ ଯୁବକକୁ ୩ଜଣ ଦୁର୍ବୁତ୍ତ  ଗୋଡ଼ାଇ ଗୋଡ଼ାଇ ହାଣିଥିବା ସୂଚନା ମିଳିଛି। ଗୋଟିଏ ବାଇକରେ ଆସି ୩ ଦୁର୍ବୁତ୍ତ ଜଣେ ଯୁବକକୁ ଖଣ୍ଡାରେ ହାଣିପକାଇଲେ। ଦୁର୍ବୁତ୍ତମାନେ ଯୁବକଙ୍କୁ ଖଣ୍ଡାରେ ହାଣିପକାଇବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଯୁବକକୁ ଉଦ୍ଧାର ପରେ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା।

ଯୁବକକୁ ଏହି ୩ଜଣ ଦୁର୍ବୁତ୍ତ କ’ଣ ପାଇଁ ଖଣ୍ଡାରେ ଆକ୍ରମଣ କରିଛନ୍ତି ତାହାର କାରଣ ଅସ୍ପଷ୍ଟ ରହିଛି। ଗୁରୁତର ଅବସ୍ଥାରେ ଯୁବକକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବର ଏମ୍‌ସକୁ ପଠାଯାଇଥିବା ସୂଚନା ମିଳିଛି। ଏୟାରଫିଲ୍ଡ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories