www.samajalive.in
Tuesday, December 9, 2025
16.1 C
Bhubaneswar

କନ୍ଧମାଳରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆରଡିସିସ୍ତରୀୟ ତଦନ୍ତ ନିର୍ଦେଶ

ଭୁବନେଶ୍ବର: ଦାରିଙ୍ଗିବାଡ଼ି ମାଣ୍ଡିପଙ୍କା ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାର ତଦନ୍ତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ତଦନ୍ତ ନିର୍ଦେଶ ଦେଇଛନ୍ତି। କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ଅନ୍ତର୍ଗତ ମାଣ୍ଡପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତ୍ୟୁ ହୋଇଥିବା ଘଟଣାର ଆରଡିସିସ୍ତରୀୟ ତଦନ୍ତ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଗାଁରେ ଆମ୍ବ ଟାକୁଆ ଜାଉ ଖାଇବା ପରେ ୨ ମହିଳାଙ୍କ ମୃତ୍ୟୁ ଘଟିଛି। ଅ ୨ଜଣଙ୍କ ମୃତ୍ୟୁ ସହ ୬ଜଣ ଅସୁସ୍ଥ ହୋଇଛନ୍ତି। ୬ ଅସୁସ୍ଥଙ୍କ ମଧ୍ୟରୁ ୨ଜଣ କଟକ ଏସସିବି ମେଡ଼ିକାଲରେ ଚିକିତ୍ସାଧୀନ ରହିଛନ୍ତି।

ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ଅନ୍ତର୍ଗତ ମାଣ୍ଡପଙ୍କା ଗାଁରେ ଆମ୍ବଟାକୁଆ ଖାଇ ମୃତ୍ୟୁ ହେବା ଘଟଣାର ତଦନ୍ତ ରାଜସ୍ୱ ଡିଭିଜନ କମିଶନର(ଆରଡିସି) କରିବେ । ଏନେଇ ଖୁବଶୀଘ୍ର ବିଧିବଦ୍ଧ ବିଜ୍ଞପ୍ତି ଓ ଏସଓପି ଜାରି ହେବ। ଭବିଷ୍ୟତରେ ଯେଭଳି ଏପରି ଘଟଣାର ପୁନରାବୃତ୍ତି ନହେବ ସେଥିପାଇଁ ମଧ୍ୟ ଆରଡିସି ଆବଶ୍ୟକ ମତାମତ ଦେବେ ବୋଲି  କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories