www.samajalive.in
Monday, December 8, 2025
20.1 C
Bhubaneswar

ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ପାଟଣା : ପାଟଣା ବ୍ଲକ ମୁଖ୍ୟାଳୟ ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ କ୍ଷେତ୍ରମୋହନ ମହାନ୍ତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପୋଷାକ ବଣ୍ଟନ ମେଳାରେ ମୁଖ୍ୟ ଅତିଥି ଭାବେ ଏବିଇଓ ପ୍ରକାଶ କୁମାର ରାୟ, ସମ୍ମାନିତ ଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜ୍ୟୋତିର୍ମୟ ତ୍ରିପାଠୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି କଳ୍ପତରୁ କର, ସୁଚେତା ତ୍ରିପାଠୀଙ୍କ ସହ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ତଥା ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ କମଳାକାନ୍ତ ପତି ପ୍ରମୁଖ ଯୋଗ ଦେଇଥିବା କାର୍ଯ୍ୟକ୍ରମରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ମୋଟ ୨୬୩ ଜଣ ଛାତ୍ରଛାତ୍ରୀଙ୍କୁ ୨ ହଳ ଲେଖାଏଁ ପୋଷାକ ବିତରଣ କରଯାଇଥିଲା। ସେହିପରି ଝାଟିପଡା ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ମହାନ୍ତ ,ସହକାରୀ ଶିକ୍ଷୟତ୍ରୀ ମୟୁରପ୍ରଭା ମହାନ୍ତଙ୍କ ଉପସ୍ଥିତିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି କୁନି ବାରିକ ବିଦ୍ୟାଳୟର ୨୨ ଜଣ ଛାତ୍ରଛାତ୍ରୀଙ୍କୁ ୨ ହଳ ଲେଖାଏଁ ପୋଷାକ ବିତରଣ କରିଛନ୍ତି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories