www.samajalive.in
Sunday, December 7, 2025
23.1 C
Bhubaneswar

୨୫ରୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ : ଚଳିତମାସ ୨୫ରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି। ଏହି ଅଧିବେଶନ ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ଦ୍ବିତୀୟ ଦିନ ଅର୍ଥାତ ନଭେମ୍ବର ୨୬ରେ ସମ୍ବିଧାନ ପ୍ରଣୟନର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସଂସଦର ସେଣ୍ଟ୍ରାଲ ହଲରେ ଏକ ଉତ୍ସବ (ସମ୍ବିଧାନ ଦିବସ) ଆୟୋଜିତ ହେବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମ ଦିନ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅଧିବେଶନରେ ୱାକଫ୍‌ ସଂଶୋଧନ ବିଲ, ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ବିଲ୍‌ ଉପସ୍ଥାପନ କରାଯାଇ ଆଲୋଚନା କରାଯିବ। ବିଜେପି ସାଂସଦ ଜଗଦମ୍ବିକା ପାଲଙ୍କ ଅଧ୍ୟକ୍ଷତାରେ ଗଠିତ ଯୁଗ୍ମ ସଂସଦୀୟ କମିଟି ନଭେମ୍ବର ୨୯ରେ ୱାକଫ୍‌ ସଂଶୋଧନ ବିଲ ପ୍ରସଙ୍ଗରେ ଚୂଡାନ୍ତ ରିପୋର୍ଟ ଦାଖଲ କରିବେ ବୋଲି ଜଣାପଡିଛି। ଅପରପକ୍ଷରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ‘ଗୋଟିଏ ଦେଶ-ଗୋଟିଏ ନିର୍ବାଚନ’ ସଂକ୍ରାନ୍ତ ରିପୋର୍ଟ ଦାଖଲ କରିସାରିଥିବାବେଳେ ଏ ପ୍ରସଙ୍ଗରେ ଗୃହରେ ଆଲୋଚନା କରାଯିବ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories