www.samajalive.in
Monday, December 8, 2025
20.1 C
Bhubaneswar

ଗଞ୍ଜାମ ତାରାତାରିଣୀ ମନ୍ଦିରରୁ ଚୋରି

ଗଞ୍ଜାମ: ରାଜ୍ୟରେ ଦିନକୁ ଦିନ ଚୋରି, ରାହାଜାନୀ, ଲୁଟପାଟ୍ ଭଳି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଲୁଟେରାମାନେ ଲୁଟ୍ ତ କରୁଛନ୍ତି ଠାକୁରଙ୍କୁ ବି ଛାଡୁନାହାନ୍ତି। ଗଞ୍ଜାମ ପୋଲସରାରେ ଥିବା ମା ତାରା ତାରିଣୀଙ୍କ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ଆସିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୁତ୍ତ ମାନେ ମାଆଙ୍କର ସୁନା ଓ ରୁପା ଅଳଙ୍କାର ଚୋରି କରି ଫେରାର୍ ହୋଇଯାଇଛନ୍ତି। ଦାନ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ମଧ୍ୟ ଲୁଟି ନେଇଛନ୍ତି। ଆଜି ସକାଳେ କିଛି ଭକ୍ତ ଏବଂ ପୂଜକ ଏସବୁ ଦେଖି  ପୁରୁଷୋତ୍ତମ ଥାନା ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମନ୍ଦିର ଗର୍ଭଗୃହର ତାଲା ଭଙ୍ଗାଯାଇଥିବା ଦେଖିଥିଲା। ମନ୍ଦିର ମଧ୍ୟରୁ ମାଆଙ୍କର ରୂପା ମୁଖା, ଛତ୍ର ସମତେ ବହୁ ଅଳଙ୍କାର ଚୋରି ହୋଇଥିବା ଜାଣିବାକୁ ପାଇଛି। ଘଟଣାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories