www.samajalive.in
Sunday, December 14, 2025
16.1 C
Bhubaneswar

ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ୍

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଦିନିଆ ରଥଯାତ୍ରା ବିରୋଧରେ ସ୍ଵର ତୀବ୍ର ହେବା ପରେ ଏଭଳି ଶାସ୍ତ୍ର ବିରୋଧୀ ନିଷ୍ପତ୍ତିରୁ ଓହରି ଯାଇଛି ଇସ୍କନ୍। ଆଗାମୀ ୯ ତାରିଖରେ ଆମେରିକାର ହ୍ୟୁଷ୍ଟନ ସହରରେ ରଥଯାତ୍ରା ଆୟୋଜିତ ହେବାର ଥିଲା। ହେଲେ ବର୍ତ୍ତମାନ ରଥଯାତ୍ରା ପରିବର୍ତ୍ତେ ଗୌର ନିତାଇ ସଙ୍କୀର୍ତ୍ତନ ଯାତ୍ରା କରାଯିବ। ଇସ୍କନ ଭକ୍ତମାନେ ସେଥିରେ ହରେକୃଷ୍ଣ ନାମ ସମତେ ଶ୍ରୀଚୈତନ୍ୟଙ୍କ ଭଜନ ଗାନ କରିବେ। ଇସ୍କନ ପରିଚାଳନା ପରିଷଦ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ଭୁବନେଶ୍ଵର ଶାଖାର ଜଣେ କର୍ମକର୍ତ୍ତା ସୂଚନା ଦେଇଛନ୍ତି।

ତେବେ ଇସ୍କନର ଅଦିନିଆ ରଥଯାତ୍ରା ବିରୋଧରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ତଥା ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ ଗଭୀର ଉଦବେଗ ପ୍ରକାଶ କରିଥିଲେ। ବାରମ୍ବାର ଆଲୋଚନା ସମେତ ଚିଠି ଲେଖି  ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ସେ ପରାମର୍ଶ ଦେବା ପରେ ମଧ୍ୟ ଇସ୍କନ ନିଜ ଜିଦରେ ଅଟଳ ଥିବାରୁ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଗଜପତି ମହାରାଜା ଚେତାବନୀ ଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories