www.samajalive.in
Sunday, December 14, 2025
19.1 C
Bhubaneswar

ଚାଉଳ ଦେବାକୁ ଡାକି ମହିଳାଙ୍କୁ ଦୁଷ୍କର୍ମ କଲେ ଯୋଗାଣ କର୍ମଚାରୀ

ସମାଜ ଡିଜିଟାଲ ଡେସ୍କ: ଚାଉଳ ଦେବାକୁ ଡାକି ଜଣେ ବିଧବା ମହିଳାଙ୍କୁ ଦୁଷ୍କର୍ମ କରାଯାଇଛି। ଏହି ଜଘନ୍ୟ ଅପରାଧ ଘଟାଇଛନ୍ତି ଯୋଗାଣ ବିଭାଗ କର୍ମଚାରୀ। ବଲାଙ୍ଗୀର ଜିଲା ବୁଦୁଲା ଅଞ୍ଚଳରେ ଏହି ଘଟଣା ଘଟିଛି।

ସୂଚନା ଅନୁସାରେ, ବୁଦୁଲା ଯୋଗାଣ ସହାୟକ ଏବଂ ସହଯୋଗୀ ପୀଡ଼ିତାଙ୍କୁ ଚାଉଳ ଦେବାକୁ ଡକାଇଥିଲେ। ପୀଡ଼ିତା ପହଞ୍ଚିବା ପରେ ସେମାନେ ତାଙ୍କ ଦୁଷ୍କର୍ମ କରିଥିଲେ। ଦୁଷ୍କର୍ମର ଭିଡିଓ ସେମାନେ ମୋବାଇଲରେ କଏଦ କରିଥିଲେ। ପରବର୍ତ୍ତୀ ସମୟରେ ଅଭିଯୁକ୍ତମାନେ ଭିଡିଓକୁ ଭାଇରାଲ କରିଦେଇଥିଲେ। ଏ ସମ୍ପର୍କରେ ପୀଡ଼ିତା ଥାନାରେ ଅଭିଯୋଗ କରିବା ପରେ ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ଦ୍ଵୟ ଫେରାର ଥିବାରୁ ସେମାନଙ୍କୁ ଧରିବା ଲାଗି ପୁଲିସ ସ୍ଵତନ୍ତ୍ର ଟିମ ଗଠନ କରିଛି।

- Advertisement -

ଅନ୍ୟପଟେ ଘଟଣା ବିଷୟରେ ମୁଖ୍ୟ ଯୋଗାଣ ଅଧିକାରୀ ଖବର ପାଇବା ପରେ ଅଭିଯୁକ୍ତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦେଶ ଦେଇଛନ୍ତି। ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଯୋଗାଣ ନିରୀକ୍ଷକଙ୍କୁ କହିଥିବା ସୂଚନା ମିଳିଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories