www.samajalive.in
Sunday, December 14, 2025
23.1 C
Bhubaneswar

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏକ ଭାରତ ଶ୍ରେଷ୍ଠ ଭାରତ ଓ ଜଳ ଶକ୍ତି ଅଭିଯାନ କର୍ମଶାଳା

ଡେସ୍କ: ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଂଚାର ବୁରୋ, କ୍ଷେତ୍ର କାର୍ଯ୍ୟାଳୟ ବାଲେଶ୍ୱର ପକ୍ଷରୁ ଔପଦା ବ୍ଲକ ଅଧୀନ ଦକ୍ଷିଣ ନରସିଂହପୁର ଗ୍ରାମ ପଂଚାୟତ ଠାରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ଜଳ ଶକ୍ତି ଅଭିଯାନ ସମ୍ପର୍କିତ ତିନି ଦିନିଆ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। କାର୍ଯ୍ୟକ୍ରମରେ ବିଭିନ୍ନ ସୂଚନାଧର୍ମୀ ବିଷୟବସ୍ତୁ ସ୍ଥାନ ପାଇଛି। ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ସମ୍ମାନିତ ଅତିଥି ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ସାଂସଦ ଶ୍ରୀ ଷଡ଼ଙ୍ଗୀ ସଚେତନତା ଶୋଭାଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ପରେ ଏକ ଭାରତ, ଶ୍ରେଷ୍ଠ ଭାରତ ଓ ଜଳ ଶକ୍ତି ଅଭିଯାନ ସମ୍ପର୍କରେ ଆୟୋଜିତ ଏକ ଫଟୋ ଚିତ୍ର ପ୍ରଦର୍ଶନୀକୁ ମୁଖ୍ୟ ଅତିଥି ଶ୍ରୀ ଷଡ଼ଙ୍ଗୀ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଅତିଥି ବକ୍ତା ଭାବେ ନୀଳଗିରି ମହିଳା ମହାବିଦ୍ୟାଳୟର ଓଡ଼ିଆ ବିଭାଗ ଅଧ୍ୟାପକ ତଥା ଗବେଷକ ଡ଼କ୍ଟର ପ୍ରଦୀପ୍ତ କୁମାର ମିଶ୍ର, ଆରଡବ୍ଲ୍ୟୁଏସଏସର ସହକାରୀ ଯନ୍ତ୍ରୀ ଭାଗିରଥି ଦାସ, ସ୍ଥାନୀୟ ସରପଞ୍ଚ ଅଶୋକ କୁମାର ଜେନା, ସମିତି ସଭ୍ୟା ପଦ୍ମଯା କାନୁନଗୋ ଏବଂ ଜୋନ ୨ ଜିଲ୍ଲା ପରିଷଦ ସଦସ୍ୟା ଉଷାରାଣି ରାଉଳ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

- Advertisement -

କାର୍ଯ୍ୟକ୍ରମର ପ୍ରଥମ ଓ ଦ୍ଵିତୀୟ ଦିନରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ଆଜି ଆଜି ପୁରସ୍କାର ପ୍ରଦାନ କରିଥିଲେ। ବାଲେଶ୍ୱର ସିବିସିର କ୍ଷେତ୍ର ପ୍ରଚାର ଅଧିକାରୀ ନିର୍ମାଲ୍ୟ ବେହେରା ଓ କେନ୍ଦୁଝର ସିବିସିର କ୍ଷେତ୍ର ପ୍ରଚାର ଅଧିକାରୀ ପାର୍ଥସାରଥୀ ମଲ୍ଲିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ବାଲେଶ୍ୱରର ଦୟାଲ ସାମାଜିକ ସଂଗଠନର କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ବହୁ ସଂଖ୍ୟାରେ ମହିଳା ଓ ସ୍ଥାନୀୟ ଗ୍ରାମବାସୀ ସାମିଲ ହୋଇଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories