ଭୁବନେଶ୍ୱର: ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଗୋସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ । ପୁରାଣ ଶାସ୍ତ୍ର ଅନୁଯାୟୀ ଗୋ ମାତାଙ୍କ ଠାରେ ତେତ୍ରିଶ କୋଟି ଦେବା ଦେବୀ ବାସ କରନ୍ତି। ସେଥିପାଇଁ କୁହାଯାଇଛି ଗୋମାତାଙ୍କ ପୂଜା କରିବା ଅର୍ଥ ଦେବତାଙ୍କୁ ସନ୍ତୁଷ୍ଟ କରିବା ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ହରିହରାନନ୍ଦ ଗୁରୁକୁଳମ୍ଠାରେ ଆୟୋଜିତ ଗୋ-ନବରାତ୍ର ମହୋତ୍ସବରେ କହିଛନ୍ତି।
ସୂଚନା ଯୋଗ୍ୟ ଯେ ଗୁରୁ ଗୋବିନ୍ଦ ଗୋ ସେବାଶ୍ରମ, ଓଡିଶା ଗୋ ସେବା ସମିତି ହରିହରାନନ୍ଦ ଗୁରୁକୁଳମ୍ ପକ୍ଷରୁ ପୁରୀ ଠାରେ ଚଳିତ ମାସ ୨ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବ ଆୟୋଜନ ହୋଇଛି।



