ଶୁକ୍ରବାର ରାଶିଫଳ : ସାରା ଦିନ ସତର୍କ ହୋଇ ଚଳିବାକୁ ପଡିବ, ଏହି ରାଶିର ଲୋକଙ୍କ ପାଇଁ ଅଶୁଭ

ମେଷ- ଆୟୁଷ୍ମାନ୍‌ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। କୁଳ ଉଦ୍ଧାରକ ହେବେ। ପାରିବାରିକ ସ୍ନେହ ଅତୁଟ ରହିବ।

ବୃଷ- ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଭୋଗ ବିଳାସ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ପ୍ରଶଂସିତ ହେବେ।

ମିଥୁନ- ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ଭାବ ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାରାଦିନ ସତର୍କରେ ଚଳିବାକୁ ପଡ଼ିପାରେ।

କର୍କଟ- ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ସେବା ଭାବନାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

ସିଂହ- ଭ୍ରାତୃଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କର୍ମଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସ୍ବାର୍ଥଜଡ଼ିତ ସେବକ ହେବେ।

କନ୍ୟା- କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ମନ୍ତ୍ରତନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ହେବେ।

ତୁଳା- ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ସୁଖୀ ହେବେ।

ବିଛା-ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ଶ୍ରୁତିମଧୁର ହୋଇଥିବାବେଳେ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅଗ୍ରଜଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ଧନୁ- ପରମ ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

ମକର- ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟର ମାତ୍ରା ବୃଦ୍ଧି ହୋଇପାରେ। ସୁଷମ ଖାଦ୍ୟରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୈନିକମାନେ ରଣକ୍ଷେତ୍ରରେ ବିଜୟୀ ହେବେ।

କୁମ୍ଭ- କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଏକାନ୍ତ ସାଧନା ଓ ଭାବନା ଫଳପ୍ରଦ ହେବ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।

ମୀନ- ସ୍ବଚ୍ଛ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି।

Comments are closed.