www.samajalive.in
Sunday, December 7, 2025
14.1 C
Bhubaneswar

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଓଡିଶାରେ ନାହିଁ ପ୍ରଭାବ

ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ତାମିଲନାଡୁ ଉପକୂଳ, କେରଳ ଏବଂ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି କୁହାଯାଇଛି। ଅନ୍ୟପକ୍ଷରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୬.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ୧୭.୫, କୋରାପୁଟ ୧୮.୧, ଭୁବନେଶ୍ବର ୨୨.୫ ଏବଂ କଟକରେ ୨୨ଡିଗ୍ରୀ ରହିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories