www.samajalive.in
Monday, December 8, 2025
13.1 C
Bhubaneswar

ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ଅନୁଗୁଳ: ଅନୁଗୁଳ ଜିଲ୍ଲା​‌ ବଅଁରପାଳ ଥାନା ସନ୍ତ୍ରୀ ପଞ୍ଚାୟତ ନଳଚନ୍ଦ୍ରପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ପ୍ରଫୁଲ୍ଲ ସାହୁ ବୋଲି ଜଣାପଡିଛି। ପ୍ରଫୁଲ୍ଲ ଧାନ ବିଲରୁ ହାତୀ ଘଉଡାଇବା ପାଇଁ ଯାଇଥିବାବେଳେ ହାତୀ ତାଙ୍କୁ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଶୁକ୍ରବାର ରାତିରେ ଏଭଳି ଅଘଟଣ ଘଟିଛି। ସେପଟେ ପ୍ରଫୁଲ୍ଲଙ୍କ ମୃତ୍ୟୁରେ ଗାଁରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇଦେବାକୁ ଦାବି କରାଯାଇଥିଲା। ପରେ ଖବର ପାଇ ବନ ବିଭାଗ ଏବଂ ବଅଁରପାଳ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। କ୍ଷତିପୂରଣ ପ୍ରଦାନର ପ୍ରତିଶ୍ରୁତି ପରେ ପରିସ୍ଥିତି ଶାନ୍ତ ପଡିଥିଲା।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories